ରାଜ୍ୟରେ ପୁଣି ୩୪୫୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଆଜି ରାଜ୍ୟରେ ୨୯୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୩୪୫୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି, ଯାହା ରାଜ୍ୟ ପାଇଁ ଏକ ଆଶ୍ୱସ୍ଥିକର ଖବର । ଆଜି ସୁସ୍ଥ ହୋଇଥିବା ଆକ୍ରନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୧୩ ହଜାର ୬୭୨ରେ ପହଞ୍ଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୫୭୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡ଼ରୁ ୧୩୩, ମୟୁରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ ୧୧୬, ବଲାଙ୍ଗୀରିରୁ ୧୦୪, କେନ୍ଦୁଝରରୁ ୧୦୧, କେନ୍ଦ୍ରାପଡ଼ାରୁ ୯୯, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୮୪ଜଣ ଲେଖାଏଁ, ନୁଆପଡ଼ାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୭୦, ଢେଙ୍କାନାଳ ଓ କନ୍ଦମାଳରୁ ୬୧ଜଣ ଲେଖାଏଁ, ମାଲକାନଗିରିରୁ ୫୮, ଭଦ୍ରକ ଓ ସୋନପୁରରୁ ୫୬ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫୪ଜଣ, କଳାହାଣ୍ଡି ଓ ରାୟଗଡ଼ାରୁ ୪୧ଜଣ ଲେଖାଏଁ, କୋରାପୁଟରୁ ୩୫, ଗଞ୍ଜାମରୁ ୩୪, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେବଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୨୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ