Masthead

ସୁସ୍ଥ ହେଲେ ୩୪୦୪ ଆକ୍ରାନ୍ତ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି ଆରୋଗ୍ୟଙ୍କ ସଂଖ୍ୟା । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ବୃଦ୍ଧି ପାଇବାରେ ଲାଗିଛି କରୋନା ସୁସ୍ଥଙ୍କ ସଂଖ୍ୟା । ଆଜି ରାଜ୍ୟରେ ୩୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ୩୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

ସୁସ୍ଥ ହୋଇଥିବା ୩୪୦୪ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୁରଭଞ୍ଜ ଓ ସମ୍ବଲପୁରରୁ ୧୩୦ଜଣ ଲେଖାଏଁ, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭, ଯାଜପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୯୮, ଭଦ୍ରକରୁ ୯୨, ଜଗତସିଂହପୁରରୁ ୯୦, ଝାରସୁଗୁଡ଼ାରୁ ୮୬, ଅନୁଗୁଳରୁ ୮୩, ନୂଆପଡ଼ାରୁ ୭୭, ନୟାଗଡ଼ରୁ ୭୪, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୭୧, ବଲାଙ୍ଗୀର ଓ ଢେଙ୍କାନାଳରୁ ୭୦ଜଣ ଲେଖାଏଁ, ସୁୁନ୍ଦରଗଡ଼ରୁ ୬୬, କୋରାପୁଟରୁ ୫୨, ନବରଙ୍ଗପୁରରୁ ୫୦, ଗଞ୍ଜାମ ଓ ସୋନପୁରରୁ ୪୮ଜଣ ଲେଖାଏଁ, ମାଲକାନାଗିରରୁ ୩୮, ବୌଦ୍ଧରୁ ୨୨, ଗଜପତିରୁ ୧୮, ଦେବଗଡ଼ରୁ ୧୧, ରାୟଗଡ଼ାରୁ ୨ଜଣ ଓ ଷ୍ଟେଟ୍ ପୁଲରୁ ୧୬୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ