Before Header

ରାଜ୍ୟରୁ ୫୮୮ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ଶତକ ପାର୍‌

0 23

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଅଣାୟତ କରୋନ ସ୍ଥିତି । କରୋନାର ଦ୍ୱିତୀୟ ଲହରକୁ ନେଇ ଏବେ ସାରା ରାଜ୍ୟରେ ଖେଳିଯାଇଛି ଭୟର ବାତାବରଣ । ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଥିଲା । ଗତକାଲି ଦୈନିକ ସଂକ୍ରମଣ ସଂଖ୍ୟା ୫୭୩ ରହିଥିବା ବେଳେ ଆଜି ଏହି ସଂଖ୍ୟା ୫୮୮ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୨୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାବ୍ୟତୀତ ଖୋର୍ଦ୍ଧା ଜିଲ୍ଲାରୁ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍ କରିଛି । ଏହି ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪ ଓ ଝାରସୁଗୁଡ଼ାରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬୪ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୫ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୪ଜଣ, ଷ୍ଟେଟ୍ ପୁଲ୍ରୁ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୩୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୩୭୩୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୮୧୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୧୩୦୪୩ ସାମ୍ପୁଲ ଟେଷ୍ଟ୍ କରାଯାଇଛି ।

 

Leave A Reply

Your email address will not be published.