Masthead

ଜୁଲାଇ ସୁଦ୍ଧା ୨୦ରୁ ୨୫ କୋଟି ଲୋକଙ୍କୁ କୋଭିଡ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୋଭିଡ-୧୯ ଟିକା ଦିଆଯିବା ପାଇଁ ଅକ୍ଟୋବର ଶେଷ ସୁଦ୍ଧା ପ୍ରାଥମିକ ଜନସଂଖ୍ୟା ତାଲିକା ଦାଖଲ କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି । ରବିବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ ଏହି ସୂଚନା ଦେଇଛନ୍ତି । ମୁଖ୍ୟତଃ ଯେଉଁମାନଙ୍କଠାରେ ସଂକ୍ରମଣର ଆଶଙ୍କା ଅଧିକ ଅଛି ସେମାନଙ୍କ ତାଲିକା କେନ୍ଦ୍ରକୁ ପଠାଇବା ପାଇଁ ପରାମର୍ଶ ଦିଆଯାଇଛି । ମନ୍ତ୍ରୀ କହିଛନ୍ତି ତାଲିକା ପ୍ରସ୍ତୁତ ହେବା ପରେ ନିରପେକ୍ଷ ଭାବେ ସବୁ ରାଜ୍ୟକୁ ଦିଆଯିବ । ଆସନ୍ତା ବର୍ଷ ଜୁଲାଇ ସୁଦ୍ଧା ସରକାର ୨୦ରୁ ୨୫ କୋଟି ଲୋକଙ୍କୁ କୋଭିଡ-୧୯ ଟିକା ଦେବେ ।

ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ ଦଳ ଟିକାକରଣର ସମସ୍ତ ଦିଗ ଉପରେ ବିଚାର କରିବେ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏକ ଡ୍ରାଫ୍ଟ ପ୍ରସ୍ତୁତ କରୁଛି । ଏଥିରେ ଫ୍ରଣ୍ଟଲାଇନ କର୍ମଚାରୀ, ସରକାରୀ ଏବଂ ବେସରକାରୀ ଡାକ୍ତର, ନର୍ସ, ପାରାମେଡିକାଲ କର୍ମଚାରୀ, ସଫେଇ କର୍ମଚାରୀ, ଆଶାକର୍ମୀ, ମନିଟରିଂ ଅଫିସର, ଅନୁସନ୍ଧାନ, ପରୀକ୍ଷା ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀ ସାମିଲ ହେବେ । ଅକ୍ଟୋବର ଶେଷ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ ବୋଲି ହର୍ଷବର୍ଦ୍ଧନ କହିଛନ୍ତି । ଟିକା ସଂରକ୍ଷଣ ସୁବିଧା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମି ବିଷୟରେ ସବିଶେଷ ତଥ୍ୟ ଦାଖଲ କରିବାକୁ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।

ସେହିପରି କେନ୍ଦ୍ର ସରକାର ମାନବ ସମ୍ବଳ ପ୍ରସ୍ତୁତି, ତାଲିମ, ମନିଟରିଂ ଏବଂ ଅନ୍ୟାନ୍ୟ କାର୍ଯ୍ୟ ଉପରେ କାର୍ଯ୍ୟ କରୁଛନ୍ତି। ଏହି ଯୋଜନାଗୁଡ଼ିକ ଶେଷ କରିବାବେଳେ ସରକାର କୋଭିଡ-୧୯ ମହାମାରୀ ସହ ଜଡ଼ିତ ପ୍ରତିରକ୍ଷା ତଥ୍ୟ ଉପରେ ମଧ୍ୟ ନଜର ରଖିବେ । ନୀତି ଆୟୋଗ ସଦସ୍ୟ ଭି.କେ ପାଲଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ସମଗ୍ର ପ୍ରକ୍ରିୟା ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରୁଛି ବୋଲି ହର୍ଷବର୍ଦ୍ଧନ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ