Masthead

ଗର୍ଭବତୀ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମେ ଦିଆଯିବ କରୋନା ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାର ମୁକାବିଲା ପାଇଁ ବିଭିନ୍ନ ଟିକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଟିକା ମିଳିବାର ଆଶା ଉଜ୍ଜଳ ହୋଇଛି । ଟିକା ପ୍ରଦାନ ସମୟରେ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କର ଡାଟାବେସ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମାଜର ବିପଦସଙ୍କୁଳ ବର୍ଗର ବ୍ୟକ୍ତିଙ୍କୁ ଟିକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସଂପୂର୍ଣ୍ଣ ଫଳପ୍ରଦ (ଫୁଲ ପ୍ରୁଭ୍) ଯୋଜନା ପ୍ରସ୍ତୁତ ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ ବୋଲି ଆଜି କୋଭିଡ ପରିଚାଳନା ସମ୍ପର୍କିତ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଆମେରିକା ଓ ପଶ୍ଚିମ ଇଉରୋପୀୟ ଦେଶ ଏବଂ ନୂଆଦିଲ୍ଲୀରେ ଯେଭଳି କୋଭିଡର ଦ୍ୱିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମର ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଏବଂ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ ଜରିଆରେ ଆମେ ଯେପରି ସଂକ୍ରମଣକୁ ନିୟନ୍ତ୍ରଣ କରିପାରିଲେ, ଟିକାକରଣ ପାଇଁ ମଧ୍ୟ ଏବେଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି । ସେହିପରି ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ, ସେ ଦିଗ ପ୍ରତି ମଧ୍ୟ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେବା ସହ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଚଳିତ ବର୍ଷ ଓଡ଼ିଶା ଜାତୀୟ ସ୍ତରରେ ଶ୍ରେଷ୍ଠ ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନକାରୀ ରାଜ୍ୟ ଭାବରେ ବିବେଚିତ ହୋଇଥିବା ଏବଂ କଳାହାଣ୍ଡି ଜିଲ୍ଲା ବେଷ୍ଟ ଇନଲାଣ୍ଡ ଜିଲ୍ଲା ପୁରସ୍କାର ପାଉଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟ ମତ୍ସ୍ୟ ଓ ପଶୁପାଳନ ବିଭାଗ ଓ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ । କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତଦୁଇ ପରୀକ୍ଷା କିପରି ପରିଚାଳନା କରାଯାଇପାରିବ, ସେ ସମ୍ପର୍କରେ ବିଚାର ଆଲୋଚନା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏ ଦିଗରେ ଭାରତ ସରକାର ଏବଂ ଅନ୍ୟ ରାଜ୍ୟମାନେ କ’ଣ ପଦକ୍ଷେପ ନେଉଛନ୍ତି, ତାକୁ ମଧ୍ୟ ବିଚାରକୁ ନେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ପୂଜା ଋତୁରେ ଜନସାଧାରଣ ଶୃଙ୍ଖଳିତ ଭାବରେ ନିୟମ ପାଳନ କରିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ନିଷ୍ଠା ଯୋଗୁ ଆଜି ଓଡ଼ିଶାରେ ଆରୋଗ୍ୟ ହାର ୯୭ ପ୍ରତିଶତ ବୃଦ୍ଧି ପାଇ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶେଷ ଧନ୍ୟବାଦ ମଧ୍ୟ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ