Masthead

ରାଜ୍ୟରେ କମୁଛି କରୋନା ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ସମାନ୍ତରାଳ ସ୍ଥିତି ଦେଇ ଗତି କରୁଛି ମହାମାରୀ କରୋନା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୩ ହଜାର୫୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୨ ହଜାର ୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧ ହଜାର ୫୧୯ ରହିଛନ୍ତି ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧାରୁ ସର୍ବାଧିକ ୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୨୦୭, ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୮୬, ଭଦ୍ରକରୁ ୧୮୪, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୫୨, କଟକରୁ ୩୨୦, ଦେଓଗଡ଼ରୁ ୨୫, ଢେଙ୍କାନାଳରୁ ୫୬, ଗଜପତିରୁ ୨୭, ଗଞ୍ଜାମରୁ ୨୬, ଜଗତସିଂହପୁରରୁ ୯୦, ଯାଜପୁରରୁ ୩୪୮, ଝାରସୁଗୁଡ଼ାରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଭାବେ କଳାହାଣ୍ଡିରୁ ୩୫, କନ୍ଧମାଳରୁ ୫୬, କେନ୍ଦ୍ରାପଡ଼ାରୁ ୧୦୪, କେନ୍ଦୁଝରରୁ ୯୨, କୋରାପୁଟରୁ ୫୬, ମାଲକାନଗିରିରୁ ୬୮, ମୟୁରଭଞ୍ଜରୁ ୧୫୩, ନବରଙ୍ଗପୁରରୁ ୮୫, ନୟାଗଡ଼ରୁ ୯୫, ନୂଆପଡ଼ାରୁ ୧୫, ପୁରୀରୁ ୧୮୭, ରାୟଗଡ଼ାରୁ ୭୩, ସମ୍ବଲପୁର ଓ ସୋନପୁରରୁ ୩୯ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୭୬ ଏବଂ ଷ୍ଟେଟ୍ପୁଲରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୩ ହଜାର ୬୧ କୁ ବୃଦ୍ଧି ପାଇଛି । ଏବଂ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୮ ଲକ୍ଷ ୧୧ ହଜାର ୭୮୦ ଆକ୍ରାନ୍ତ । ଅନ୍ୟପଟେ ୪ ଲକ୍ଷ ୭୭ ହଜାର ୯୬ ଆକ୍ରାନ୍ତ ଏବେ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି