Masthead

କରୋନା ସଂକ୍ରମଣ: ଆଜି ପିଏମ-ସିଏମ୍ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିନକୁ ଦିନ ଦେଶରେ କେରାନା ସଂକ୍ରମଣ ବଢିବାରେ ଲାଗିଛି । ଦେଶର କରୋନା ସ୍ଥିତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୧ଟାରେ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ଆଲୋଚନା ହେବ । ଦେଶରେ କିଛି ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଯୋଗୁଁ କିଛି ରାଜ୍ୟରେ ଲକଡାଉନ, ସଟଡାଉନ ଓ ନାଇଟ କର୍ଫ୍ୟୁ ମଧ୍ୟ ଆରମ୍ଭ ହୋଇଗଲାଣି ।

ତେବେ ଏହି ସଂକ୍ରମଣକୁ କିପରି ରୋକି ହେବ ସେନେଇ ସମୀକ୍ଷା କରିବେ ମୋଦି । ସେପଟେ ୨ ମାସ ହେବ ଦେଶରେ ଟିକା କରଣ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୩ କୋଟି ଲୋକଙ୍କୁ ଭ୍ୟାକସିନ ଦିଆଯାଇସାରିଲାଣି । ଜାନୁଆରୀରେ କରୋନା ସଂକ୍ରମଣକୁ ନେଇ ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ମୋଦି।

ବୈଠକରେ ଟିକାକରଣ ସମ୍ପର୍କରେ ଆଲୋଚନା କରିଥିବାବେଳେ ଏବେ ସଂକ୍ରମଣକୁ ନେଇ କି ପ୍ରକାର ପଦକ୍ଷେପ ନିଆଯିବ ତା’ ଉପରେ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହେବେ। ଟିକାକରଣ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି