Masthead

କରୋନା ସଂକ୍ରମଣ: ଆଜି ପିଏମ-ସିଏମ୍ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିନକୁ ଦିନ ଦେଶରେ କେରାନା ସଂକ୍ରମଣ ବଢିବାରେ ଲାଗିଛି । ଦେଶର କରୋନା ସ୍ଥିତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୧ଟାରେ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ଆଲୋଚନା ହେବ । ଦେଶରେ କିଛି ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଯୋଗୁଁ କିଛି ରାଜ୍ୟରେ ଲକଡାଉନ, ସଟଡାଉନ ଓ ନାଇଟ କର୍ଫ୍ୟୁ ମଧ୍ୟ ଆରମ୍ଭ ହୋଇଗଲାଣି ।

ତେବେ ଏହି ସଂକ୍ରମଣକୁ କିପରି ରୋକି ହେବ ସେନେଇ ସମୀକ୍ଷା କରିବେ ମୋଦି । ସେପଟେ ୨ ମାସ ହେବ ଦେଶରେ ଟିକା କରଣ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୩ କୋଟି ଲୋକଙ୍କୁ ଭ୍ୟାକସିନ ଦିଆଯାଇସାରିଲାଣି । ଜାନୁଆରୀରେ କରୋନା ସଂକ୍ରମଣକୁ ନେଇ ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ମୋଦି।

ବୈଠକରେ ଟିକାକରଣ ସମ୍ପର୍କରେ ଆଲୋଚନା କରିଥିବାବେଳେ ଏବେ ସଂକ୍ରମଣକୁ ନେଇ କି ପ୍ରକାର ପଦକ୍ଷେପ ନିଆଯିବ ତା’ ଉପରେ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହେବେ। ଟିକାକରଣ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ