ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା । ଦୁଷ୍କର୍ମ ଅଭିଯୋଗରେ ହୋଇଛନ୍ତି ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ନାବାଳିକା ଦୁଷ୍କର୍ମ ମାମଲାରେ ଗିରଫ କଲା ପୋଲିସ । ବାଲେଶ୍ୱରରୁ ବିଜେଡି ନେତାଙ୍କୁ ଗିରଫ କଲା ପୁଲିସ । ରାତିସାରା ଲକ୍ଷ୍ମୀସାଗର ପୁଲିସ କରିଥିଲା ରେଡ୍ । କାଲି 5 ଜଣ ସହଯୋଗୀ ଗିରଫ ହୋଇଥିଲେ । କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ସଙ୍ଗିନ୍‌ ଅଭିଯୋଗ ଆସିଛି ।

ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ । ଏନେଇ ଲକ୍ଷ୍ମୀସାଗର ଥାନା ପୁଲିସ କେସ୍‌ ନଂ-୩୯୪ରେ ବିଏନ୍‌ଏସ୍‌ ଦଫା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଓ ପୋକ୍‌ସୋ ଆକ୍ଟ-୨୦୧୨ର ଧାରାର ୬ରେ ମାମଲା ରୁଜୁ କରିଥିଲା । ପୁଲିସ ମାମଲା ରୁଜୁ ପରେ ଯୁବତୀଙ୍କ ଡାକ୍ତରୀ ମଇନା କରାଇବା ସହ ବିଏନ୍‌ଏସ୍‌ଏସ୍‌ ଦଫା-୧୮୩ରେ ଯୁବତୀଙ୍କ ବୟାନ ରେକର୍ଡ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ