Masthead

ରାସନ ବଣ୍ଟନରେ ମହାଦୁର୍ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକରେ ଗତ ବର୍ଷେ ତଳେ ସାମ୍ନାକୁ ଆସିଥିଲା ପିଡ଼ିଏସ ମହାଦୁର୍ନୀତି । ଏବେ ପୁଣି ସାମ୍ନାକୁ ଆସିଛି ରାସନ ବଣ୍ଟନରେ ମହାଦୁର୍ନୀତି । ଅସ୍ତରଙ୍ଗ ବ୍ଲକ କେନ୍ଦ୍ରାପଟୀ ପଂଚାୟତ କଣ୍ଟାପଡା ଡିଲରଙ୍କ ନାଁ ରେ ଏଭଳି ସାଙ୍ଘାତିକ ଅଭିଯୋଗ ଆସିଛି । ଏହି ପଂଚାୟତରେ ରାସନ ସାମଗ୍ରୀ ବଣ୍ଟନ ରେ ବ୍ୟାପକ ଦୁର୍ନୀତି କରାଯାଉଥିବାର ଅଭିଯୋଗ ହୋଇଛି । ଡିଲର ଟୋକନରେ ଚାରି ମାସ ଲେଖି ତିନି ମାସର ରାସନ ଦେବା, ଓଜନରେ କାଟିବା ଓ କିରୋସିନି ଦେଉନଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି ।

ଯାହାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ହିତାଧିକାରୀମାନେ ଏସଂପର୍କରେ ଉପଜିଲ୍ଲାପାଳଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି । ଅସ୍ତରଙ୍ଗ ଯୋଗାଣ ବିଭାଗ ଅଧିକାରୀଙ୍କୁ କହିଲେ ମଧ୍ୟ୍ୟ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି । ଅନ୍ୟପଟେ ଏ ସବୁ ଅଭିଯୋଗକୁ ସମ୍ପୃକ୍ତ ଡିଲର ଖଣ୍ଡନ କରିବା ସହ କ୍ୟାମେରା ସାମ୍ନାରେ କିଛି କହିବେ ନାହିଁ ବୋଲି ମନା କରିଦେଇଛନ୍ତି । ତୁରନ୍ତ ଉଚ୍ଚପଦସ୍ଥ ଅଧିକାରୀ ହସ୍ତକ୍ଷେପ କରିବା ପାଇଁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ