ଜୁନ୍ ୪ ବଦଳରେ ଜୁନ୍ ୨ ତାରିଖରେ ଭୋଟ୍ ଗଣତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଦଳିଲା ଅରୁଣାଚଳ ପ୍ରଦେଶ, ସିକ୍କିମ ଭୋଟ ଗଣତି ତାରିଖ ।୨ରାଜ୍ୟର ଭୋଟ ଗଣତି ତାରିଖରେ ପରିବର୍ତ୍ତନ କଲେ ଇସିଆଇ । ଜୁନ୍ ୪ ବଦଳରେ ଜୁନ୍ ୨ ତାରିଖରେ ଭୋଟ୍ ଗଣତି କରାଯିବ । ଏହି ୨ରାଜ୍ୟର ବିଧାନସଭା କାର୍ଯ୍ୟକାଳ ଜୁନ ୨ରେ ସରୁଥିବାରୁ ତାରିଖ ବଦଳାଇଛନ୍ତି ନିର୍ବାଚନ ଆୟୋଗ । ଅରୁଣାଚଳ ପ୍ରଦେଶର ମୁଖ୍ୟ ନିର୍ବାଚନ ଅଧିକାରୀ ପବନ କୁମାର ସୈନଙ୍କ ସୂଚନା ମୁତାବକ, ରାଜ୍ୟରେ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୭ ତାରିଖ । ନାମାଙ୍କନ ପତ୍ରର ଯାଞ୍ଚ ମାର୍ଚ୍ଚ ୨୮ରେ କରାଯିବ, ନାମାଙ୍କନ ପତ୍ରର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ତାରିଖ । ଭୋଟ୍ ଗ୍ରହଣ ପରେ, ଜୁନ୍ ୨ ତାରିଖରେ ଭୋଟ୍ ଗଣତି କରାଯିବ ବୋଲି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’