Masthead

ନିର୍ବାଚନ ବନ୍ଦକୁ ନେଇ ଏବିଭିପି ପକ୍ଷରୁ କୋର୍ଟରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଛାତ୍ର ସଂସଦ ନିର୍ବାଚନ ନେଇ ହାଇକୋର୍ଟଙ୍କ ନୋଟିସ୍ । ରାଜ୍ୟ ମୁଖ୍ୟ ଶାସନ ସଚିବ, ଉଚ୍ଚଶିକ୍ଷା ବିଭାଗ ସଚିବ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ । ସପ୍ତାହକ ଭିତରେ ନୋଟିସର ଜବାବ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ନିଷ୍ପତିକୁ ବିରୋଧ କରି ଏବିଭିପି ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଆବେଦନକାରୀ ଦର୍ଶାଇଛନ୍ତି, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଏକ ଗଣତାନ୍ତ୍ରିକ ପ୍ରକ୍ରିୟା । କିନ୍ତୁ ସରକାର ବିଶୃଂଖଳାର ଆଳ ଦେଖାଇ ଛାତ୍ର ସଂସଦ ନିର୍ବାଚନକୁ ଅନୁମତି ଦେଉନାହାନ୍ତି । ଯାହା ଫଳରେ ଛାତ୍ରମାନଙ୍କୁ ସେମାନଙ୍କ ଅଧିକାରରୁ ବଂଚିତ କରାଯାଉଛି । ତେଣୁ ଛାତ୍ର ସଂସଦ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେବାକୁ କୋର୍ଟଙ୍କୁ ଅନୁରୋଧ କରିଛି ଏବିଭିପି । କୋର୍ଟ ଏବିଭିପିର ଅନୁରୋଧକୁ ଗ୍ରହଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ