Masthead

ନିର୍ବାଚନ ବନ୍ଦକୁ ନେଇ ଏବିଭିପି ପକ୍ଷରୁ କୋର୍ଟରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଛାତ୍ର ସଂସଦ ନିର୍ବାଚନ ନେଇ ହାଇକୋର୍ଟଙ୍କ ନୋଟିସ୍ । ରାଜ୍ୟ ମୁଖ୍ୟ ଶାସନ ସଚିବ, ଉଚ୍ଚଶିକ୍ଷା ବିଭାଗ ସଚିବ ଓ ଗଣଶିକ୍ଷା ବିଭାଗ ସଚିବଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ । ସପ୍ତାହକ ଭିତରେ ନୋଟିସର ଜବାବ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ନିଷ୍ପତିକୁ ବିରୋଧ କରି ଏବିଭିପି ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଆବେଦନକାରୀ ଦର୍ଶାଇଛନ୍ତି, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଏକ ଗଣତାନ୍ତ୍ରିକ ପ୍ରକ୍ରିୟା । କିନ୍ତୁ ସରକାର ବିଶୃଂଖଳାର ଆଳ ଦେଖାଇ ଛାତ୍ର ସଂସଦ ନିର୍ବାଚନକୁ ଅନୁମତି ଦେଉନାହାନ୍ତି । ଯାହା ଫଳରେ ଛାତ୍ରମାନଙ୍କୁ ସେମାନଙ୍କ ଅଧିକାରରୁ ବଂଚିତ କରାଯାଉଛି । ତେଣୁ ଛାତ୍ର ସଂସଦ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେବାକୁ କୋର୍ଟଙ୍କୁ ଅନୁରୋଧ କରିଛି ଏବିଭିପି । କୋର୍ଟ ଏବିଭିପିର ଅନୁରୋଧକୁ ଗ୍ରହଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ