Masthead

ଭୁବନେଶ୍ୱର ଭଳି ଗଞ୍ଜାମବାସୀ ନେବେ କୋଭାକ୍ସିନ ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଗଞ୍ଜାମବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱର ଭଳି ଗଞ୍ଜାମରେ ବି ଦିଆଯିବ କୋଭାକ୍ସିନ ଟିକା । ଜିଲ୍ଲାରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯିବ କୋଭାକ୍ସିନ ଟିକା । ଏନେଇ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ପ୍ରଥମ ଡୋଜ ନେଇନଥିବା ଲୋକଙ୍କୁ ଏବେ କୋଭାକ୍ସିନ ଟିକା ଦିଆଯିବ । ଏହାସହ ଦ୍ବିତୀୟ ଡୋଜ ବାକିଥିବା ଲୋକଙ୍କୁ କୋଭିସିଲ୍ଡ ଟିକା ଦେବାକୁ ମଧ୍ୟ ନିଷ୍ପତ୍ତି ହୋଇଛି ।

ସେପଟେ ଟିକା ଦେବାରେ ଯେପରି କୌଣସି ତ୍ରୁଟି ନହୁଏ ସେଥିପାଇଁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେପରି ଭିନ୍ନ ଭିନ୍ନ କମ୍ପାନୀର ଡୋଜ୍‌ ଦେବାରେ ତ୍ରୁଟି ନହୁଏ ସେଥିପାଇଁ ଜରୁରୀ ସୂଚନା ମଧ୍ୟ ଜାରି କରିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ଅନ୍ୟପଟେ ଟିକା ଅଭାବ ନେଇ ଲୋକଙ୍କ ଭିତରେ ଉଦ୍‌ବେଗ ପ୍ରକାଶ ପାଇବା ପରେ ଆଜି ଓଡ଼ିଶାରେ ପହଞ୍ଚିଛି ୯ ଲକ୍ଷ ୪୩ ହଜାର ୯୩୦ କୋଭିସିଲ୍‌ଡ ଟିକା। ଗୁରୁବାର ମଧ୍ୟ ୧ ଲକ୍ଷ କୋଭିସିଲ୍‌ଡ ଟିକା ଆସିଥିଲା। ସେହିପରି ୧ ଲକ୍ଷ ୮୨ ହଜାର କୋଭାକ୍ସିନ ଟିକା ମଧ୍ୟ ଓଡ଼ିଶାକୁ ଆସିଛି। ଏଥିରୁ ଗୋଟିଏ କଥା ସ୍ପଷ୍ଟ ଯେ, ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ କୋଭାକ୍ସିନ ମହଜୁଦ୍‌ ରହିଛି। ତେଣୁ ଗଞ୍ଜାମ ଜିଲ୍ଲାରେ କୋଭାକ୍ସିନ୍‌ ଟିକା ଦେବାର ବ୍ୟବସ୍ଥା କରାଯାଉଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା