Masthead

ପ୍ରଥମ ଦିନରେ ୧୨୮୪ ଗର୍ଭବତୀ ମହିଳାଙ୍କ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ଗର୍ଭବତୀ ମହିଳାଙ୍କ ଟିକାକରଣ । ପ୍ରଥମ ଦିନରେ ୧୨୮୪ ଜଣ ଗର୍ଭବତୀ ମହିଳାଙ୍କୁ ଟିକା ଦିଆଯାଇଛି । ଜୁଲାଇ ୧୬ ତାରିଖରେ ରାଜ୍ୟରେ ୧ ଲକ୍ଷ ୨୧ ହଜାର ୬୨୨ ଜଣଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି ।

ଏହା ମଧ୍ୟରେ ୧୨୮୪ ଜଣ ଗର୍ଭବତୀ ରହିଛନ୍ତି । ଗର୍ଭବତୀଙ୍କୁ ଟିକା ଦେବାକୁ ପାଇଁ କୋ-ୱିନ୍ ପୋର୍ଟାଲରେ ପଞ୍ଜିକରଣ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ କୋୱିନ୍ ପୋର୍ଟାଲରେ ସ୍ୱତନ୍ତ୍ର ଫିଚର ବ୍ୟବସ୍ଥା କରାଯାଇଛି । ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି, ପଞ୍ଜିକରଣ ନ କରି ମଧ୍ୟ ସିଧା ଟିକାକେନ୍ଦ୍ରକୁ ଆସି ଗର୍ଭବତୀ ମହିଳା ଟିକା ନେଇପାରିବେ । ଗର୍ଭବତୀ ମହିଳାମାନେ ଟିକାକେନ୍ଦ୍ରକୁ ଆସିଲେ ଧାଡିରେ ଠିଆ ହେବାକୁ ପଡିବ ନାହିଁ । ସେମାନଙ୍କୁ ତୁରନ୍ତ ଟିକା ଦିଆଯିବ । ଆଶା ଦିଦି ଏନେଇ ସେମାନଙ୍କୁ ସହାୟତା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ