Masthead

ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ପୁଣି କଡଲେଉଟାଇବାରେ ଲାଗିଛି କରୋନା ଭାଇରସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ  ):

ଭାରତରେ ବଢ଼ୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ପୁଣି କଡଲେଉଟାଇବାରେ ଲାଗିଛି କରୋନା ଭାଇରସ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟରୁ ସୂଚନା ମିଳିଛି ଯେ ଦିଲ୍ଲୀ, ମୁମ୍ବାଇ ଓ କେରଳରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର କଲାଣି । ଏଯାଏଁ ଏହାର ନିୟନ୍ତ୍ରଣ ପାଇଁ କୌଣସି ଗାଇଡଲାଇନ୍ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇନାହିଁ । ହଠାତ୍ କେରଳ, କଣ୍ଣାଟକ, ଦିଲ୍ଲୀ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଭଳି ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି । କରୋନା ରାଜ୍ୟ ମାନଙ୍କରେ କୋଭିଡ ପାଇଁ ଡାକ୍ତରଖାନା ଗୁଡିକ ପ୍ରସ୍ତୁତ ରଖାଯାଇଛି । ଭାରତୀୟ SARS-CO-02 ଜେନୋମିକ୍ସ କନ୍ସୋଟିୟମ୍ ତଥ୍ୟ ଅନୁଯାୟୀ NB.1.8.1 ଏବଂ LF.7 ଦୁଇଟି ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଦେଶର ଅତିକମ୍ରେ ୨୦ଟି ରାଜ୍ୟରେ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଆଜି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଥର ପାଇଁ ନୂଆଦିଲ୍ଲୀରେ ୨୩ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବତ୍ତମାନ କର୍ଣ୍ଣାଟକର ବେଙ୍ଗାଲୁରୁ ସାଜିଛି ହଟ୍ସ୍ପଟ୍ । କେରଳରେ ଡାକ୍ତରଖାନା ମାନଙ୍କରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ