Masthead

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୁଣ୍ଡ ନେଇଛି କରୋନା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): କମୁନି କରୋନା । ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ଆକ୍ରାନ୍ତ ସଂଖ୍ୟା । ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ୨୪ଘଣ୍ଟାରେ ରାଜ୍ୟରେ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ୧୬ ମୃତକଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲାରୁ ସର୍ବଧିକ ୪ଜଣ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ୩, ନୂଆପଡ଼ାରୁ ୨, ଭଦ୍ରକ ଓ କଟକରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି ।

୨୪ ଘଣ୍ଟାରେ ୧୯୦୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୧୫ ଜଣ କ୍ୱାରେନଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୭୮୯ ଲୋକାଲ କେସ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧, ନୂଆପଡ଼ାରୁ ୧୨୮, କଟକରୁ ୧୧୧, ଅନୁଗୁଳରୁ ୧୦୯, କେନ୍ଦ୍ରାପଡ଼ାରୁ ୧୦୬, ସୁନ୍ଦରଗଡ଼ରୁ ୧୦୦, ମୟୂରଭଞ୍ଜରୁ ୯୩, ବାଲେଶ୍ୱରରୁ ୯୦, କଳାହାଣ୍ଡିରୁ ୭୬, ଜଗତସିଂହପୁର ଓ ସୁବର୍ଣ୍ଣପୁରରୁ ୬୩, ବଲାଙ୍ଗୀରରୁ ୬୬, କେନ୍ଦୁଝରରୁ ୫୬, ଝାରସୁଗୁଡ଼ାରୁ ୫୧, ଢ଼େଙ୍କାନାଳରୁ ୫୦, ପୁରୀ ଓ ଯାଜପୁରରୁ ୪୯, ସମ୍ବଲପୁରରୁ ୪୪, ନବରଙ୍ଗପୁରରୁ ୪୩, ଗଞ୍ଜାମରୁ ୩୯, କୋରାପୁଟରୁ ୩୬, ନୟାଗଡ଼ରୁ ୩୨, ବରଗଡ଼ରୁ ୩୫, ମାଲକାନଗିରିରୁ ୩୦, ବୌଦ୍ଧରୁ ୨୪, ଦେବଗଡ଼ରୁ ୨୧, ଭଦ୍ରକରୁ ୧୯, କନ୍ଧମାଳରୁ ୧୮, ରାୟଗଡ଼ାରୁ ୧୭ ଓ ଗପ୍ତିରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୨ ହଜାର ୨୫୦କୁ ବୃଦ୍ଧି ପାଇଛି । ମୋଟ୍ ୨,୪୯,୫୭୫ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ ୨୧,୪୫୪ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ