Masthead

୪୫ ବର୍ଷରୁ ଅଧିକଙ୍କୁ ଦିଆଯିବ କୋଭିଡ ଡୋଜ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଲିଠୁ ଆରମ୍ଭ ହେବାକୁ ଯାଉଛି ଜୋରଦାର ଭ୍ୟାକ୍ସିନେସନ ଅଭିଯାନ । ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ଟିକାକରଣ । ତେବେ ଏହି ଗଣ ଟିକାକରଣରେ ଅଧିକ ବିପଦ ଥିବା ବର୍ଗଙ୍କ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଚିଠି ଲେଖାଯାଇଛି । ଏମାନେ ହେଲେ ଦୋକାନୀ, ଆମିଷ ବ୍ୟବସାୟୀ, ଅଟୋ ଏବଂ ବସ୍ ଡ୍ରାଇଭର, ସ୍କୁଲ ଓ କଲେଜ ଶିକ୍ଷକ-ଶିକ୍ଷୟିତ୍ରୀ, ସେଲୁନ୍ ଦୋକାନୀ ଏବଂ କର୍ମଚାରୀ, ସୁରକ୍ଷାକର୍ମୀ, ରେଷ୍ଟୁରାଣ୍ଟ କର୍ମଚାରୀ, ମନ୍ଦିର, ଚର୍ଚ୍ଚ ଏବଂ ମସଜିଦ୍ ପୂଜକ ।

କରୋନାକୁ ଦୃଷ୍ଟିରେ ରଖି ୨ ଦିନ ଛୁଟି ଥିଲେ ବି ହେବ ଟିକାକରଣ । ବିଏମସିର ୩ ଜୋନ୍ ଜେଡିସିମାନେ ପ୍ରସ୍ତୁତ କରିଛନ୍ତି ତାଲିକା । ୬ଟି ବର୍ଗର ପ୍ରାୟ ୨୦ ହଜାରରୁ ଅଧିକ ଲୋକଙ୍କ ଚିଠା ହୋଇଛି ପ୍ରସ୍ତୁତ । ତେବେ ସରକାରୀ ହସ୍ପିଟାଲରେ ଦିନକୁ ୨୦୦ ଲୋକଙ୍କୁ ଟିକା ଦେବାକୁ ଟାର୍ଗେଟ ରଖାଯାଇଛି । ପ୍ରତି ହସ୍ପିଟାଲରେ ୨ଟି ଭ୍ୟାକ୍ସିନେଟର ଟିମ୍ କରାଯାଇଛି । ପୂର୍ବରୁ ଗୋଟିଏ ଟିମ୍ ୧୦୦ ଲୋକଙ୍କୁ ଭ୍ୟାକ୍ସିନେସନ୍ କରୁଥିଲେ । ଅନ୍ୟପଟେ କାଲିଠୁ ଭୁବନେଶ୍ୱରର ୨୪ ସରକାରୀ ହସ୍ପିଟାଲରେ ଟିକାକରଣ କରାଯିବ । କାଲିଠୁ ୩୧ ଘରୋଇ ହସ୍ପିଟାଲରେ ଟିକାକରଣ କରାଯିବ । ଏଥିସହ ଘରୋଇ ହସ୍ପିଟାଲରେ ମୋବିଲାଇଜେସନ ୩୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ