Masthead

ଫେରୁଛି କି କରୋନା? ୨୪ ଘଣ୍ଟାରେ ଗଲାଣି ୫ ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ପୁଣି ଥରେ ଦେଶରେ କରୋନା ଭୟ ବଢିବାରେ ଲାଗିଛି । କାୟା ମେଲାଇବା ଆରମ୍ଭ କରିଛି କୋଭିଡ-୧୯ । ଭାରତରେ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ୨୪ ଘଣ୍ଟାରେ ଦେଶରୁ ୩୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାରା ବିଶ୍ୱରେ କରୋନାର ନୂଆ ଭାରିଏଣ୍ଟ ଜେଏନ୍‌.୧ ଚିହ୍ନଟ ହୋଇଛି। ଭାରତରେ ଏହି ଭାରିଏଣ୍ଟରେ ଅନେକ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ ଜଣ କେରଳର ହୋଇଥିବା ବେଳେ ଜଣେ ଉତ୍ତରପ୍ରଦେଶର ବୋଲି ସୂଚନା ମିଳିଛି। ସେପଟେ କରୋନାର ଏହି ନୂଆ ଭାରିଏଣ୍ଟକୁ ନେଇ ଚେତାବନୀ ଜାରି କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ। ଶ୍ୱାସ ରୋଗର ବୃଦ୍ଧି ଏବଂ ନୂତନ ଜେଏନ୍‌.୧ କୋଭିଡ୍ ସବ୍-ଭାରିଏଣ୍ଟକୁ ଦୃଷ୍ଟିରେ ରଖି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ ଏହି ଜୀବାଣୁ ବିକଶିତ ହେଉଛି ଏବଂ ବଦଳୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ