Masthead

ଓମଫେଡ ଚାଷୀଙ୍କ ପାଇଁ କୋଭିଡ ସହାୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓମଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତାରେ ପ୍ରତି ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି  କୋଭିଡ ମହାମାରୀ ଓଡ଼ିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି ।

ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକଡାଉନ ଏବଂ ସଟଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହାସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି ।

ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନ ଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା