Masthead

ଖୁବଶୀଘ୍ର ଗର୍ଭବତୀଙ୍କୁ କୋଭିଡ ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କୋଭିଡ ମୁକାବିଲା ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା । ଖୁବଶୀଘ୍ର ଗର୍ଭବତୀଙ୍କୁ ଦିଆଯିବ କୋଭିଡ ଟିକା । ୧୦ ଜିଲ୍ଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ ଅଧିକ ରହିଛି । ୩ ଜିଲ୍ଲା ବି କାଟେଗୋରୀରୁ ଏ କାଟେଗୋରିକୁ ଯିବା ଖୁସିର କଥା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଏହାସହ ସେ କହିଛନ୍ତି, ନିୟମ ମାନିଲେ ଜୁଲାଇ ମଧ୍ୟଭାଗ ସୁଦ୍ଧା ରାଜ୍ୟରେ ସଂକ୍ରମଣ କମିବ । ଏବେ ୫୦୦ ରୋଗୀ ଭେଣ୍ଟିଲେଟରରେ ଅଛନ୍ତି ଓ ୨ ହଜାର ରୋଗୀ ଆଇସିୟୁରେ ଅଛନ୍ତି । ତେଣୁ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ କମିବା ଆଶା କରାଯାଉଛି । ସଂକ୍ରମଣ କମାଇବାକୁ ସର୍ଭେଲାନ୍ସ ଓ କଣ୍ଟାକ୍ଟ ଟ୍ରେସିଂକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଅନ୍ୟପଟେ ଟିକାର ଅଭାବ ଥିବାରୁ ଲକ୍ଷ ଅନୁଯାୟୀ ଟିକାକରଣ ହୋଇପାରୁ ନାହିଁ । ଗତକାଲି ମାତ୍ର ୪୯ ହଜାର ଲୋକଙ୍କୁ ଟିକାକରଣ ହୋଇଛି । ଟିକା ନଥିବାରୁ ୧୬ ଜିଲ୍ଲାରେ ଟିକାକରଣ କାର୍ୟ୍ୟ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ