Masthead

କୋଭିସିଲ୍ଡ ଟିକାକୁ ୟୁରୋପୀୟ ସଂଘର ସ୍ବୀକୃତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କୋଭିସିଲ୍ଡ ଟିକାକୁ ମିଳିଲା ସ୍ୱୀକୃତି । ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନେକା ପକ୍ଷରୁ ବିକଶିତ ଏବଂ ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଦ୍ୱାରା ଉତ୍ପାଦିତ କୋଭିସିଲ୍ଡ ଟିକାକୁ ବିଶ୍ୱ ଦରବାରରେ ସ୍ୱୀକୃତି ବଢ଼ିବାରେ ଲାଗିଛି । ୟୁରୋପୀୟ ସଂଘର ୨୭ଟି ରାଷ୍ଟ୍ର ମଧ୍ୟରୁ ୧୬ଟି ରାଷ୍ଟ୍ର ଏହାକୁ ସ୍ୱୀକୃତି ଦେଇଥିବା ସେରମ୍ ମୁଖ୍ୟ ଅଦର ପୁନାଓ୍ୱାଲା ସୂଚନା ଦେଇଛନ୍ତି । ୟୁରୋପୀୟ ସଂଘର ସଦସ୍ୟ ନଥିବା ସ୍ୱିଜରଲାଣ୍ଡ ମଧ୍ୟ ଅନ୍ୟତମ ୟୁରୋପୀୟ ଦେଶ ଭାବେ ଏହି ଟିକାକୁ ଅନୁମତି ପ୍ରଦାନ କରିଛି ।

ଅର୍ଥାତ କୋଭିସିଲ୍ଡ ଟିକାର ଦୁଇଟି ଡୋଜ୍ ନେଇଥିଲେ ଏସବୁ ଦେଶକୁ ଯିବା ପାଇଁ ଅନୁମତି ମିଳିବ । ତେଣୁ ଟିକାର ମାର୍କେଟିଂ ଅଥୋରାଇଜେସନ୍ ପାଇଁ ୟୁରୋପୀୟ ସଂଘକୁ ଆବେଦନ କରିବାର ଆବଶ୍ୟକତା ନାହିଁ ବୋଲି ସେରମ୍ ମୁଖ୍ୟ କହିଛନ୍ତି । ଶେଷ ରାଷ୍ଟ୍ର ଭାବେ ଫ୍ରାନ୍ସ ମଧ୍ୟ ଶନିବାର କୋଭିସିଲ୍ଡ ଟିକାକୁ ଅନୁମତି ଦେଇଛି ।

ତେବେ କେବଳ ଇଟାଲୀ ଓ ଅନ୍ୟ କେତେକ ଦେଶ ଆଜି ଯାଏ ଏହି ଟିକାକୁ ଅନୁମତି ଦେଇନାହାନ୍ତି । କୋଭିଡ ଟିକାର ଜରୁରୀକାଳନୀ ବ୍ୟବହାର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ପ୍ରସ୍ତୁତ କରିଥିବା ତାଲିକାରେ କୋଭିସିଲ୍ଡ ରହିଛି। ତେଣୁ ଏହାକୁ ଅନୁମତି ପ୍ରଦାନରେ ବିଶେଷ ଅସୁବିଧା ହେବ ନାହିଁ ବୋଲି କହିଛନ୍ତି ସିରମ ମୁଖ୍ୟ ଆଦାର ପୁନାୱାଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି