Masthead

କୋଭିସିଲ୍ଡ ଟିକାକୁ ୟୁରୋପୀୟ ସଂଘର ସ୍ବୀକୃତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କୋଭିସିଲ୍ଡ ଟିକାକୁ ମିଳିଲା ସ୍ୱୀକୃତି । ଅକ୍ସଫୋର୍ଡ ଓ ଆଷ୍ଟ୍ରାଜେନେକା ପକ୍ଷରୁ ବିକଶିତ ଏବଂ ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଦ୍ୱାରା ଉତ୍ପାଦିତ କୋଭିସିଲ୍ଡ ଟିକାକୁ ବିଶ୍ୱ ଦରବାରରେ ସ୍ୱୀକୃତି ବଢ଼ିବାରେ ଲାଗିଛି । ୟୁରୋପୀୟ ସଂଘର ୨୭ଟି ରାଷ୍ଟ୍ର ମଧ୍ୟରୁ ୧୬ଟି ରାଷ୍ଟ୍ର ଏହାକୁ ସ୍ୱୀକୃତି ଦେଇଥିବା ସେରମ୍ ମୁଖ୍ୟ ଅଦର ପୁନାଓ୍ୱାଲା ସୂଚନା ଦେଇଛନ୍ତି । ୟୁରୋପୀୟ ସଂଘର ସଦସ୍ୟ ନଥିବା ସ୍ୱିଜରଲାଣ୍ଡ ମଧ୍ୟ ଅନ୍ୟତମ ୟୁରୋପୀୟ ଦେଶ ଭାବେ ଏହି ଟିକାକୁ ଅନୁମତି ପ୍ରଦାନ କରିଛି ।

ଅର୍ଥାତ କୋଭିସିଲ୍ଡ ଟିକାର ଦୁଇଟି ଡୋଜ୍ ନେଇଥିଲେ ଏସବୁ ଦେଶକୁ ଯିବା ପାଇଁ ଅନୁମତି ମିଳିବ । ତେଣୁ ଟିକାର ମାର୍କେଟିଂ ଅଥୋରାଇଜେସନ୍ ପାଇଁ ୟୁରୋପୀୟ ସଂଘକୁ ଆବେଦନ କରିବାର ଆବଶ୍ୟକତା ନାହିଁ ବୋଲି ସେରମ୍ ମୁଖ୍ୟ କହିଛନ୍ତି । ଶେଷ ରାଷ୍ଟ୍ର ଭାବେ ଫ୍ରାନ୍ସ ମଧ୍ୟ ଶନିବାର କୋଭିସିଲ୍ଡ ଟିକାକୁ ଅନୁମତି ଦେଇଛି ।

ତେବେ କେବଳ ଇଟାଲୀ ଓ ଅନ୍ୟ କେତେକ ଦେଶ ଆଜି ଯାଏ ଏହି ଟିକାକୁ ଅନୁମତି ଦେଇନାହାନ୍ତି । କୋଭିଡ ଟିକାର ଜରୁରୀକାଳନୀ ବ୍ୟବହାର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ପ୍ରସ୍ତୁତ କରିଥିବା ତାଲିକାରେ କୋଭିସିଲ୍ଡ ରହିଛି। ତେଣୁ ଏହାକୁ ଅନୁମତି ପ୍ରଦାନରେ ବିଶେଷ ଅସୁବିଧା ହେବ ନାହିଁ ବୋଲି କହିଛନ୍ତି ସିରମ ମୁଖ୍ୟ ଆଦାର ପୁନାୱାଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି