Masthead

ଦେବୀ ନଦୀ ବନ୍ଧରେ ଫାଟ

ଜଗତସିଂପୁର (ବଡ଼ ଖବର ବ୍ୟୁରୋ): ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣ ବେଳେ ଦେବୀ ନଦୀ ବନ୍ଧରେ ଫାଟ । ଜଗତସିଂପୁର ଜିଲ୍ଲା ନାଉଗାଁ ବ୍ଲକ ତୁମ୍ଭେଶ୍ୱର ନଦୀ ବନ୍ଧରେ ଦେଖାଦେଇଛି ଏହି ସମସ୍ୟା । ବନ୍ଧର ସୁରକ୍ଷା ପାଇଁ ପ୍ରଶାସନ ଓ ନଦୀ ବନ୍ଧ ସୁରକ୍ଷା କମିଟିର ସଦସ୍ୟ ମାନଙ୍କ ସହ ଆଲୋଚନା କରାଯାଇଛି । ନାଉଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହି ଆଲୋଚନା କରାଯାଇଛି । ଏବିଡିଓ ଦେବେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ଡକାଯାଇଥିଲା । ଏଥିରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ, ବିଭାଗୀୟ ଏସଡିଓ, ତହସିଲଦାରଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ । ନଦୀ ବନ୍ଧରେ ମେଗା ପାନୀୟଜଳ ପ୍ରକଳ୍ପ ଫଳରେ ନଦୀ ବନ୍ଧରେ ଫାଟ ସୃଷ୍ଟି ହୋଇଛି । ତେବେ ପ୍ରଥମେ ନଦୀ ବନ୍ଧକୁ ସୁରକ୍ଷା ଓ ପରେ ପ୍ରକଳ୍ପ କାର୍ଯ୍ୟ କରାଇବାକୁ କମିଟି ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ