Masthead

ଆସନ୍ତାକାଲି ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ, ମ୍ୟାଚ ପୂର୍ବରୁ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭାରତ ଓ ପାକିସ୍ତାନ ହାଇଭୋଲ୍ଟେଜ ମ୍ୟାଚ । ଏ ନେଇ ଭାରତୀୟ କ୍ରିକେଟ ଦଳ ଅହମ୍ମଦାବାଦରେ ପହଞ୍ଚିଛି । ଅହମ୍ମଦାବାଦର ୧, ୩୨,୦୦୦ ଦର୍ଶକ କ୍ଷମତା ଥିବା ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍‌ । ପୂର୍ବରୁ ଶୁଭମନ ଗିଲ ମଧ୍ୟ ନେଟ୍‌ରେ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଥିଲା । ତେବେ ସେ ପାକିସ୍ତାନ ବିପକ୍ଷରେ ଖେଳିବେ ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ରିପୋର୍ଟ ଅନୁସାରେ ପାକିସ୍ତାନ ବିପକ୍ଷରେ ଭାରତ ପଲ୍ଲା ଭାରି ରହିଛି । ଶେଷ ୭ଟି ବିଶ୍ବକପ ମ୍ୟାଚରେ ଭାରତ ବାଜିମାତ କରିଛି । ପାକିସ୍ତାନ ଗୋଟିଏ ବି ମ୍ୟାଚ୍‌ ଜିତି ନାହିଁ ।

ଆସନ୍ତାକାଲି ହେବାକୁ ଥିବା ମ୍ୟାଚରେ ଭାରତ ପାକିସ୍ତାନକୁ ପରାସ୍ତ କରି ପରମ୍ପରା ବଜାୟ ରଖିବାକୁ ଯୋଜନା କରିଛି । ଭାରତ ପାକିସ୍ତାନ ହାଇପ୍ରୋଫାଇଲ କ୍ରିକେଟ ମ୍ୟାଚକୁ ଦେଖିବା ପାଇଁ ବିଶ୍ବବ୍ୟାପୀ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ୧ ଲକ୍ଷ ୩୨ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ନିରାପତ୍ତା ବ୍ୟବସ୍ଥା ପାଇଁ ୧୧ ହଜାର ସୁରକ୍ଷାକର୍ମୀ ନିୟୋଜିତ ହେବେ । ୭ ହାଜର ପୋଲିସ କର୍ମୀ ଓ ୪ ହଜାର ହୋମଗାର୍ଡଙ୍କୁ ନିୟୋଜିତ କରାଯିବ । ଖେଳାଳି, ଭିଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ପାଇଁ ଏସଆରପିଏଫସ ଆଫଏଏଫ ଓ ଏନଏସଜିଙ୍କୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ