Masthead

କ୍ରିକେଟରୁ ଅବସର ନେଲେ ଲାସିଥ ମାଲିଙ୍ଗା

ନୂଆ ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶ୍ରୀଲଙ୍କାର କିମ୍ବଦନ୍ତୀ ଦ୍ରୁତ ବୋଲର ଲାସିଥ ମାଲିଙ୍ଗା ସମସ୍ତ ପ୍ରକାର କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି । ଏହା ପୂର୍ବରୁ ଦିନିକିଆ ଓ ଟେଷ୍ଟ କ୍ରିକେଟରୁ ଲାସିଥ ମାଲିଙ୍ଗା ଅବସର ନେଇସାରିଥିଲେ । ଆଜି ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ସାରା ବିଶ୍ୱର କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଦୁଃଖର ଛାୟା ଖେଳିଯାଇଛି । ଏନେଇ ନିଜେ ମାଲିଙ୍ଗା ଟ୍ୱିଟ କରି ସୂଚନା ଦେଇଛନ୍ତି । ଅପରପକ୍ଷରେ ନିଜର ବୋଲିଂକୁ ନେଇ ସାରା ବିଶ୍ୱରେ ଲାସିଥ ମାଲିଙ୍ଗା ନିଜର ଅଲଗା ପରିଚୟ ସୃଷ୍ଟି କରିଛନ୍ତି ।

ଖାସ କରି ତାଙ୍କର ୟର୍କର ପାଇଁ । କାହିିଁକିନା ଡ଼େଥ ଓଭରରେ ମାଲିଙ୍ଗା ତାଙ୍କ ୟର୍କର ବୋଲିଂ କରି ବିପକ୍ଷ ଦଳର ବ୍ୟାଟିଂ ମେରୁଦଣ୍ଡକୁ ଭାଙ୍ଗି ଦେଇଥାନ୍ତି । ଅନ୍ୟପଟେ ଶ୍ରୀଲଙ୍କା ପକ୍ଷରୁ ମାଲିଙ୍ଗା ତିନୋଟି ଯାକ ଫର୍ମାଟରେ ୩୦ ଟେଷ୍ଟ, ୨୨୬ ଦିନିକିଆ ଓ ୮୪ ଟି-୨୦ ମ୍ୟାଚ୍ ଖେଳି ମୋଟ ୫୪୬ ୱିକେଟ୍ ନେଇଛନ୍ତି। ତାଙ୍କ ନାଁରେ ଟେଷ୍ଟରେ ୧୦୧ ୱିକେଟ୍, ଦିନିକିଆରେ ୩୩୮ ଏବଂ ଟି-୨୦ରେ ୧୦୭ ୱିକେଟ୍ ରହିଛି। ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମାଲିଙ୍ଗା ଟପ୍ ୱିକେଟ୍ ଟେକର ବୋଲର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି