Masthead

ସୌମ୍ୟ ହତ୍ୟା ମାମଲା,୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଂଚ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ବଡ଼ ପଦକ୍ଷେପ ନେଇଛି। ମାମଲାର ତଦନ୍ତ ଶେଷ ପର୍ୟ୍ୟାୟରେ ପହଞ୍ଚିବା ପରେ ଭୁବନେଶ୍ୱର SDJM କୋର୍ଟରେ ୭୬୭ ପୃଷ୍ଠାର ବିସ୍ତୃତ ଚାର୍ଜସିଟ୍ ଦାଖଲ କରାଯାଇଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଗିରଫ ହୋଇଥିବା ୨୦ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ପ୍ରଥମ ପର୍ୟ୍ୟାୟରେ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରାଯାଇଛି। ତଦନ୍ତକାରୀ ସଂସ୍ଥା ସୂଚନା ଅନୁଯାୟୀ, ମାମଲାରେ ସଂଗ୍ରହ କରାଯାଇଥିବା ବୟାନ, ବୈଜ୍ଞାନିକ ପ୍ରମାଣ ଏବଂ ଅନ୍ୟାନ୍ୟ ତଥ୍ୟକୁ ଆଧାର କରି ଏହି ଚାର୍ଜସିଟ୍ ପ୍ରସ୍ତୁତ କରାଯାଇଛି। ମାମଲାର ଗୁରୁତ୍ୱକୁ ଦୃଷ୍ଟିରେ ରଖି କ୍ରାଇମବ୍ରାଞ୍ଚ ପ୍ରତ୍ୟେକ ଦିଗରୁ ତଦନ୍ତ କରିଥିବା କୁହାଯାଉଛି। ଏହି ମାମଲାରେ ଗିରଫ ହୋଇଥିବା ଅବଶିଷ୍ଟ ୯ ଜଣ ଅଭିଯୁକ୍ତଙ୍କ ସମ୍ପୃକ୍ତି ନେଇ ତଦନ୍ତ ଏପର୍ୟ୍ୟନ୍ତ ଜାରି ରହିଛି। ସେମାନଙ୍କ ବିରୋଧରେ ମିଳୁଥିବା ପ୍ରମାଣ ଆଧାରରେ ପରବର୍ତ୍ତୀ ସମୟରେ ସମ୍ପୂର୍ଣ୍ଣ କିମ୍ବା ସପ୍ଲିମେଣ୍ଟାରି ଚାର୍ଜସିଟ୍ ଦାଖଲ କରାଯାଇପାରେ ବୋଲି ସୂଚନା ମିଳିଛି।

 

ସୂଚନାଯୋଗ୍ୟ ଯେ ଗତ ମେ’୭ରେ ବାଲିଅନ୍ତା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର କାଜ ନିକଟରେ ସୌମ୍ୟଙ୍କୁ ପିଟିପିଟି ଲୋକେ ହତ୍ୟା କରିଥିଲେ। ଏହି ଘଟଣାର ତଦନ୍ତ ପ୍ରଥମେ ପୁଲିସ କରିଥିଲା। ଏହି ମାମଲାରେ ଜନ ଅସନ୍ତୋଷ ଓ ପ୍ରାଥମିକ ତଦନ୍ତକୁ ନେଇ ପ୍ରଶ୍ନ ଉଠିବା ପରେ ତଦନ୍ତ ଭାରକ୍ରାଇମବ୍ରାଞ୍ଚକୁ ଦିଆଯାଇଥିଲା। ଏପରିକି ଏହି ଘଟଣାର ତଦନ୍ତ ଜାତୀୟ ମାନବ ଅଧିକାର ଆୟୋଗ (NHRC) ଦ୍ୱାରା ମଧ୍ୟ କରାଯାଉଛି । ବର୍ତ୍ତମାନ ମାମଲାଟି କୋର୍ଟର ବିଚାରାଧୀନ ଥିବାବେଳେ ଚାର୍ଜସିଟ୍ ଦାଖଲ ପରେ ଆଇନଗତ ପ୍ରକ୍ରିୟା ଆହୁରି ତ୍ୱରାନ୍ୱିତ ହେବ ବୋଲି ଆଶା କରାଯାଉଛି। ଏହି ବହୁଚର୍ଚ୍ଚିତ ହତ୍ୟା ମାମଲାରେ ଆଗାମୀ ଶୁଣାଣି ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ହେବାକୁ ଥିବା ଆଇନଗତ କାର୍ୟ୍ୟାନୁଷ୍ଠାନ ଉପରେ ସମସ୍ତଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ