Masthead

ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଉଥିବା ପାକିସ୍ତାନକୁ କାହିଁକି ଅଟକାଗଲାନି ଆଇଏମଏଫ ସହାୟତା ? ଏଭଳି ପ୍ରଶ୍ନ କରି ଟ୍ରମ୍ପ ପ୍ରଶାସନକୁ କଡ଼ା ସମାଲୋଚନା କଲେ ଆମେରିକା ମିଲିଟାରୀ ରଣନୀତିକାର ମାଇକଲ ରୁବିନ । ପାକିସ୍ତାନକୁ ଆଇଏମ୍‌ଏଫ୍ ସହାୟତା ନ ଅଟକାଇବା ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସମାଲୋଚନା କରିଛନ୍ତି । ଆମେରିକା ମିଲିଟାରୀ ରଣନୀତିକାର ଟ୍ରମ୍ପ୍ ପ୍ରଶାସନକୁ ପ୍ରଶ୍ନ କରିଛନ୍ତି ପାକିସ୍ତାନକୁ ଆଇଏମ୍‌ଏଫ୍ ସହାୟତା ଦେବା ଅର୍ଥ ଚାଇନାକୁ ମଧ୍ୟ ସହଯୋଗ କରିବା ବୋଲି ସେ ଦର୍ଶାଇଛନ୍ତି । ପାକିସ୍ତାନ ବର୍ଷ ବର୍ଷ ଧରି ଆତଙ୍କବାଦୀଙ୍କୁ ସମର୍ଥନ କରି ଆସୁଛି ।

ଏହାସତ୍ତ୍ୱେ କାହିଁକି ତାଙ୍କୁ ପାଣ୍ଠି ଦିଆଗଲା ପ୍ରଶ୍ନ ଉଠାଇଛନ୍ତି ଏହି ରଣନୀତିକାର । ସେପଟେ ପାକିସ୍ତାନ ବିଦେଶ ମନ୍ତ୍ରୀ ଇଶାକ ଦାର ଦେଇଛନ୍ତି ବଡ଼ ବୟାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ମେ’ ୧୮ ତାରିଖ ପର୍ଯ୍ୟନ୍ତ କାଏମ ରହିବ ବୋଲି ସେ କହିଛନ୍ତି । ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ଏଭଳି ବୟାନ ଏବେ ହଇଚଇ ସୃଷ୍ଟି କରିଛି ।

ପ୍ରତିକ୍ରିୟା ସାମ୍ନାକୁ ଆସିବା ପରେ ଉଭୟ ଦେଶ ମଧ୍ୟରେ ପୁଣି ଉତ୍ତେଜନା ବଢ଼ିବା ନେଇ ଆଶଙ୍କା କରାଯାଉଛି । ପାକସ୍ତାନର ବୈଦେଶିକ ମନ୍ତ୍ରୀଙ୍କ ଏଭଳି ବୟାନ ପରେ ଭାରତ- ପାକ୍ ବିବାଦକୁ ନେଇ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ଭାରତ ଓ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ ପୁଣି ଆରମ୍ଭ ହେବାକୁ ଯାଉଛି ବୋଲି ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା