Masthead

ଲଗାଣ ବର୍ଷାରେ ଫସଲ ନଷ୍ଟ

ଶେରଗଡ, (ବଡ଼ ଖବର ବ୍ୟୁରୋ) : କରୋନା ମହାମାରୀ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଥିବା ବେଳେ, ଏବେ ଲଗାଣ ବର୍ଷା ଚାଷୀ ମାନଙ୍କ ଜୀବିକା ସମ୍ପୂର୍ଣ ଭାବେ ଧୋଇନେଇଛି । ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଗୋଠଗାଁ ଗ୍ରାମରେ ଆଜି କୁ ପ୍ରାୟ ଦୁଇଦିନ ହେବ ଲଗାଣ ବର୍ଷା ଲାଗିରହିଥିବାରୁ ଚାଷ ଜମିରେ ବିଭିନ୍ନ ପନିପରିବା ଗଛ ସବୁ ନଷ୍ଟ ହୋଇଯାଇଛି । ଏକର ଏକର ଜମି ରେ ପାଣି ଜମି ରହିଥିବାରୁ ଚାଷୀ ମାନଙ୍କର ମୁଣ୍ଡରେ ଏବେ ଚଡକ ପଡ଼ିଛି । ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଚାଷୀ ମାନେ କଣ କରିବେ କାହାକୁ କହିବେ ନିଜର ସମସ୍ୟା କିଏ ଶୁଣିବ? ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହୋଇଥିବାରୁ ଚାଷୀମାନେ ଆମ ପ୍ରତିନିଧି ମାଧ୍ୟମରେ ସେମାନଙ୍କ ଦୁଃଖ ଜଣାଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କର ସମସ୍ୟା ବୁଝି କ୍ଷୟକ୍ଷତି ଆକଳନ କରି ଚାଷୀମାନଙ୍କୁ କ୍ଷୟକ୍ଷତି ଦେବେ ବୋଲି ଚାଷୀମାନେ ଆଶା ବାନ୍ଧିଛନ୍ତି । ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଚାଷଜମିକୁ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରି ସେମାନଙ୍କୁ ସହାୟତା ରାଶି ପ୍ରଦାନ କରିବାକୁ ଚାଷୀମାନେ ଦାବି ଉଠାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା