Masthead

୨୪ ଘଣ୍ଟାରେ ୨ ହଜାର ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାୟା ବିସ୍ତାର କରି ଚାଲିଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ୨ହଜାର ପାର କରିଛି କରୋନା ପଜିଟିଭ । ରାଜ୍ୟରେ ଆଉ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୧୪, ଲୋକାଲ୍ କେସ୍ ୯୫୩ ରହିଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ୩୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଓ ବରଗଡରୁ ୧୨୦, କଟକରୁ ୧୧୭, ନବରଙ୍ଗପୁର ଓ ନୂଆପଡାରୁ ୧୦୪, ବଲାଙ୍ଗିର ୯୩, ଷ୍ଟେଟ ପୁଲ ୮୧, ପୁରୀ ଓ ଗଞ୍ଜାମରୁ ୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ବାଲେଶ୍ୱର ୬୭, ମୟୁରଭଞ୍ଜ ୬୦, ଝାରସୁଗୁଡା ଓ କେନ୍ଦୁଝର ୫୫, ଯାଜପୁରରୁ ୫୨, ଅନୁଗୁଳ ୪୮, ଜଗତସିଂହପୁର ୩୫, କଳାହାଣ୍ଡି ୩୪, ଗଜପତି ୩୧, ଭଦ୍ରକ ୨୮, ରାୟଗଡା ୨୭, ନୟାଗଡ ୧୯ ଚିହ୍ନଟ ହୋଇଛନ୍ତି।

ଦେଓଗଡ, କନ୍ଧାମାଳ, କୋରାପୁଟ ଓ କେନ୍ଦ୍ରାପଡାରୁ ୧୨ ଲେଖାଏଁ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୋନପୁର ୧୬, ଢେଙ୍କାନାଳ ୫, ମାଲକାନାଗିରି ୨ରହିଛି । ତେବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୫ହଜାର ୩୫୩ରେ ପହଂଚିଛି । ସେପଟେ ସୁସ୍ଥ ହେଲେଣି ୩ଲକ୍ଷ ୪୧ହଜାର ୧୨୩ ଜଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ