Masthead

ମାଗଣା ରୁଦ୍ରାକ୍ଷ ପାଇଁ ଲାଗିଛି ଭିଡ଼, ଗଲାଣି ୩ ଜୀବନ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ):  ମାଗଣା ରୁଦ୍ରାକ୍ଷ ପାଇଁ ଲାଗିଛି ଭିଡ଼ । ଏତେ ଭିଡ଼ ଯେ ରୁଦ୍ରାକ୍ଷ ନେବା ପାଇଁ ୩ ଜଣଙ୍କ ଜୀବନ ବି ଗଲାଣି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ସେହୋର ଜିଲ୍ଲାର କୁବେରେଶ୍ୱର ଧାମରେ । ରୁଦ୍ରାକ୍ଷ ନେବା ପାଇଁ ଜମିଛି ଭକ୍ତଙ୍କ ଅସମ୍ଭବ ଭିଡ଼। ମାତ୍ର ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରଶାସନ ତରଫରୁ କୌଣସି ସୁବ୍ୟବସ୍ଥା କରାଯାଇ ନ ଥିବାରୁ ଘଟୁଛି ଅଘଟଣ ।

ଗତ ୨ ଦିନ ମଧ୍ୟରେ ଏହି ଧାମକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ସେମାନଙ୍କ ମଧ୍ୟରେ ୨ ମହିଳା ଓ ଜଣେ ୩ ବର୍ଷର ଶିଶୁ ଥିବା ଜଣାଯାଇଛି। ଏହାକୁ ଦେଖି ମନ୍ଦିର ପ୍ରଶାସନ ପକ୍ଷରୁ ରୁଦ୍ରାକ୍ଷ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ରୁଦ୍ରାକ୍ଷ ମହୋତ୍ସବରେ ବିଶୃଙ୍ଖଳା ଏବଂ ଦଳାଦଳି ପରିସ୍ଥିତି ଯୋଗୁ ଜଣେ ୩ ବର୍ଷର ଶିଶୁ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍