Masthead

ପ୍ଲେ-ଅଫରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ-ଚେନ୍ନାଇ ସୁପରକିଙ୍ଗସ୍

ଚେନ୍ନାଇ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆଇପିଏଲ ପ୍ଲେ-ଅଫ । ପ୍ରଥମ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ-ଚେନ୍ନାଇ ସୁପରକିଙ୍ଗସ୍ । ଏମ୍‌ଏ ଚିଦମ୍ବରମ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ । ଘରୋଇ ଟିମର ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ପାଇଁ ଏହି ମ୍ୟାଚ ବହୁତ ଖାସ ହେବ । କାରଣ ଧୋନିଙ୍କ ପାଇଁ ଏହା ସମ୍ଭବତଃ ଶେଷ ଆଇପିଏଲ୍ ମ୍ୟାଚ୍ । ତେଣୁ ଘରୋଇ ଦର୍ଶକ ନିଜ ପ୍ରିୟ ଖେଳାଳିଙ୍କୁ ବିଦାୟ ଦେବା ପାଇଁ ବିପୁଳ ମାତ୍ରାରେ ଉପସ୍ଥିତ ରହିବାର ସମ୍ଭାବନା ରହିଛି ।

କିନ୍ତୁ ଧୋନିଙ୍କ ଟିମ୍ ପକ୍ଷେ ଗୁଜରାଟ ଟାଇଟନ୍ସକୁ ହରାଇବା ସହଜ ହେବ ନାହିଁ । ଚଳିତ ସଂସ୍କରଣର ପ୍ରଥମ ମ୍ୟାଚରେ ଦୁଇ ଦଳ ପରସ୍ପରକୁ ଭେଟିଥିଲେ । ଯେଉଁଥିରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟିମ୍ ବିଜୟୀ ହୋଇଥିଲା । ତେବେ ଆଜି ଯେଉଁ ଦଳ ବିଜୟୀ ହେବ, ସେହି ଦଳ ସିଧାସଳଖ ଫାଇନାଲରେ ପହଞ୍ଚିବ। ରେକର୍ଡ ଦୃଷ୍ଟିରୁ ଗୁଜରାଟ ବର୍ତ୍ତମାନ ଜବରଦସ୍ତ ଫର୍ମରେ ରହିଛି । ଗୁଜରାଟ ୧୪ ମ୍ୟାଚରୁ ୧୦ ବିଜୟ ସହ ଶୀର୍ଷରେ ରହିଥିଲା ବେଳେ ଚେନ୍ନାଇ ୮ ବିଜୟ ସହ ଦ୍ୱିତୀୟରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ