ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସିଟି ସ୍କାନ ମେସିନର ଉଦଘାଟନ ହୋଇଛି । ଉଦଘାଟନ କରିଛନ୍ତି ନବରଙ୍ଗପୁର ସାଂସଦ ରମେଶ ମାଝି । ପୂର୍ବରୁ ଅଧିକାଂଶ ଲୋକଙ୍କୁ ସିଟିସ୍କାନ ପାଇଁ କେରାପୁଟ କିମ୍ବା ବିଶାଖାପାଟଣା ଯିବାକୁ ପଡୁଥିଲା । କିନ୍ତୁ ମାଲକାନଗିରିରେ ଏହି ମେସିନର ଆରମ୍ଭ ହେବା ଦ୍ୱାରା ପ୍ରାୟ ୧୨ ଲକ୍ଷ ଲୋକ ଏଥିରେ ଉପକୃତ ହେବେ । ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ରୋଗୀ ମଧ୍ୟ ଲାଭ ଉଠାଇପାରିବେ । ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ମାଲକାନଗିରି ଜିଲ୍ଳାବାସୀ ସ୍ୱାଗତ କରିଛନ୍ତି । ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ୧କୋଟି ୩୦ଲକ୍ଷ ଟଙ୍କା ବ୍ୟୟରେ ସିଟି ସ୍କାନ ମେସିନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ