Masthead

ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଲାଗିଲା କର୍ଫ୍ୟୁ

ବାଲେଶ୍ବର (ବଡ଼ ଖବର ବ୍ୟୁରୋ): ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା । ପୂରା ସହରରେ ଲାଗିଲା କର୍ଫ୍ୟୁ । ଗୋଷ୍ଠୀ ସଂଘର୍ଷ ଘଟଣାରେ ଅଶାନ୍ତ ହୋଇ ପଡ଼ିଥିବା ବାଲେଶ୍ୱର ସହରରେ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ।ବାଲେଶ୍ବର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି । ସ୍ଥିତି ନିୟନ୍ତ୍ରଣ ପାଇଁ କର୍ଫ୍ୟୁ ଲାଗୁ । ବାଲେଶ୍ବର ଏସପିଙ୍କ ସୂଚନା । କର୍ଫ୍ୟୁ କଟକଣା ଯୋଗୁଁ ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ ରହିବ । ଗତକାଲି ରାତି ପ୍ରାୟ ୨ଟା ବେଳେ ବାଲେଶ୍ୱର ଟାଉନ ଥାନାରେ ବସିଥିଲା ଜରୁରୀ ବୈଠକ। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ସଦର ବିଧାୟକ ମାନସ ଦତ୍ତ, ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ ଏବଂ ବାଲେଶ୍ବର ଏସପି ସାଗରିକା ନାଥ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ରହି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ ଗତ ରାତିଠୁ କର୍ଫ୍ୟୁ ଜାରି ହୋଇଛି। ଗତକାଲି ବାଲେଶ୍ୱର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବା ପରଠୁ ଅଶାନ୍ତ ହୋଇ ପଡ଼ିଥିଲା ସହର। ଏହାପରେ ସମଗ୍ର ସହର ପୋଲିସ ଛାଉଣିରେ ପରିଣତ ହୋଇଛି।

ବିଭିନ୍ନ ସ୍ଥାନରେ ବ୍ୟାପକ ଫୋର୍ସ ମୁତୟନ ସହ ଘନଘନ ପଇଁତରା ମାରୁଛି ପୋଲିସ ଗାଡ଼ି । ଡାକବାଜି ଯନ୍ତ୍ରରେ କର୍ଫ୍ୟୁ କଟକଣା ଅନୁପାଳନ କରିବାକୁ ଏବଂ ଶାନ୍ତିରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ଅପିଲ କରାଯାଉଛି । କର୍ଫ୍ୟୁ କଟକଣା ସମୟରେ ଦୋକାନ ବଜାର ଓ ସ୍କୁଲ କଲେଜ ସମେତ ସମସ୍ତ ବାଣିଜ୍ୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସମ୍ବେଦନଶୀଳ ଅଞ୍ଚଳରେ ଇଣ୍ଟରନେଟ ବି ବନ୍ଦ ରହିବ। ଏଥିସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ ପ୍ରଶାସନ। ଗତକାଲି ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଛି। ଏହି ଘଟଣାକୁ କେନ୍ଦ୍ରକରି ବାଲେଶ୍ୱରରେ କର୍ଫ୍ୟୁ ଲାଗିଛି । କର୍ଫ୍ୟୁ କଟକଣା ସମୟରେ ଦୋକାନ ବଜାର ଓ ସ୍କୁଲ କଲେଜ ସମେତ ସମସ୍ତ ବାଣିଜ୍ୟିକ ପ୍ରତିଷ୍ଠାନ ବନ୍ଦ ରହିବ। ସମ୍ବେଦନଶୀଳ ଅଞ୍ଚଳରେ ଇଣ୍ଟରନେଟ ବି ବନ୍ଦ ରହିବ। ଏଥିସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ ପ୍ରଶାସନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ