Masthead

ଆଜି ୪ ଘଣ୍ଟା ପାଇଁ ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜି ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ। ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ। ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ଦୁଇ ଦିନ ହେବ ବାଲେଶ୍ୱରରେ କର୍ଫ୍ୟୁ ଜାରି ରହିଥିଲା । ଲୋକମାନେ ଘରେ ରହିଛନ୍ତି ବ୍ୟବସାୟ ବନ୍ଦ ରହିଛି । କିନ୍ତୁ ଅତି ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ପ୍ରଶାସନ ୪ ଘଂଟା ପାଇଁ ନିୟମ କୋହଳ କରିଛି । କଲେଜ, ସ୍କୁଲ ସମେତ ଅଙ୍ଗନବାଡି ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଏହି ଘଟଣାରେ ୩୪ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି