Masthead

ବାଲେଶ୍ୱର ପୌରାଞ୍ଚଳରେ ସକାଳ ୬ଟାରୁ ଦିନ ୧୨ଟା ଯାଏ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ନିୟନ୍ତ୍ରଣକୁ ଆସୁଛି ସ୍ଥିତି । ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜି ୬ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏ କର୍ଫ୍ୟୁ କୋହଳ ହୋଇଛି। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର ରହିଛି। ସହରରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି।

ଗତକାଲିଠୁ ଲିଜ୍ ଲାଇନରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଉଥିଲେ ମଧ୍ୟ ମୋବାଇଲ ନେଟୱର୍କରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଆଗାମୀ ପରିସ୍ଥିତିକୁ ଦେଖି ଇଣ୍ଟରନେଟ ଚାଲୁ ହେବ। ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସହରରେ ୪୦ ପ୍ଲାଟୁନ ଫୋର୍ସ ସମେତ ୬ କମ୍ପାନୀ ବିଏସଏଫ୍ ଯବାନ ମୁତୟନ ଅଛନ୍ତି।ଅନ୍ୟପଟେ ବାଲେଶ୍ଵରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ। ଏଡିଜି ସଞ୍ଜୟ କୁମାର, ଆଇଜି ଦୀପକ କୁମାର, ଏଡିଆଜି ବି. ଯୁଗଳ କିଶୋର, ଏସପି ବି. ଗଙ୍ଗାଧର, ବାଲେଶ୍ବର ଏସପି ସାଗରିକା ନାଥଙ୍କ ସହ କରିଛନ୍ତି ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା!