Masthead

ବାଲେଶ୍ୱର ପୌରାଞ୍ଚଳରେ ସକାଳ ୬ଟାରୁ ଦିନ ୧୨ଟା ଯାଏ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ନିୟନ୍ତ୍ରଣକୁ ଆସୁଛି ସ୍ଥିତି । ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜି ୬ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏ କର୍ଫ୍ୟୁ କୋହଳ ହୋଇଛି। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର ରହିଛି। ସହରରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି।

ଗତକାଲିଠୁ ଲିଜ୍ ଲାଇନରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଉଥିଲେ ମଧ୍ୟ ମୋବାଇଲ ନେଟୱର୍କରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଆଗାମୀ ପରିସ୍ଥିତିକୁ ଦେଖି ଇଣ୍ଟରନେଟ ଚାଲୁ ହେବ। ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସହରରେ ୪୦ ପ୍ଲାଟୁନ ଫୋର୍ସ ସମେତ ୬ କମ୍ପାନୀ ବିଏସଏଫ୍ ଯବାନ ମୁତୟନ ଅଛନ୍ତି।ଅନ୍ୟପଟେ ବାଲେଶ୍ଵରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ ଷଡଙ୍ଗୀ। ଏଡିଜି ସଞ୍ଜୟ କୁମାର, ଆଇଜି ଦୀପକ କୁମାର, ଏଡିଆଜି ବି. ଯୁଗଳ କିଶୋର, ଏସପି ବି. ଗଙ୍ଗାଧର, ବାଲେଶ୍ବର ଏସପି ସାଗରିକା ନାଥଙ୍କ ସହ କରିଛନ୍ତି ଆଲୋଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ