Masthead

ଦିଲ୍ଲୀରେ ଆଜି ରାତିରୁ କର୍ଫ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବେହାଲ ଦିଲ୍ଲୀ । ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ୨୫ହଜାର ସଂକ୍ରମିତ ହେବା ପରେ ଦିଲ୍ଲୀ ସରକାର କଠୋର ହୋଇଛନ୍ତି । ଆଜିରାତିରୁ ଆସନ୍ତା ସୋମବାର ସକାଳ ପର୍ଯ୍ୟନ୍ତ ସରକାର ଦିଲ୍ଲୀରେ କର୍ଫ୍ୟୁ ଜାରି କରିଛନ୍ତି । ଆଜି ରାତି ୧୦ଟାରୁ ସମଗ୍ର ଦିଲ୍ଲୀରେ ଲକଡାଉନ ଆରମ୍ଭ ହେବ। ଏହି ଲକଡାଉନ ଅବଧି ଆସନ୍ତା ସୋମବାର ଭୋର ୫ଟା ଯାଏ ବଳବତ୍ତର ରହିବ। ୨୬ ଏପ୍ରିଲ ସକାଳ ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ ।

ଲକଡାଉନ ବେଳେ କେହି ବି ଘରୁ ବାହାରିପାରିବେ ନାହିଁ। ସେହିପରି କେବଳ ଜରୁରୀ ସେବାକୁ ଛାଡ଼ି ଆଉ ସବୁ କିଛି ବନ୍ଦ ରହିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି। ଜରୁରୀ ସେବାରେ ନିୟୋଜିତ କର୍ମଚାରୀ ନିଜର ପରିଚୟପତ୍ର ଦେଖାଇ ଯିବା ଆସିବା କରିପାରିବେ। ସେହିପରି ବାହାଘର ପାଇଁ ସ୍ୱତନ୍ତ୍ର ପାସ୍ ମଧ୍ୟ ମିଳିବ। ବାହାଘର କର୍ଯ୍ୟକ୍ରମରେ ସର୍ବାଧିକ ୫୦ ଜଣ ସାମିଲ ହୋଇପାରିବେ ।

କରୋନା ସଂକ୍ରମଣ ବଢ଼ୁଥିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ସହ ଆଲୋଚନା କରିଥିଲେ । ସେ କହିଛନ୍ତି ଲକଡାଉନ ଲାଗୁ କରିବା ଛଡ଼ା ଆମ ପାଖରେ ଆଉ କିଛି ଉପାୟ ନାହିଁ। ସଂକ୍ରମଣ ବଢ଼ୁଥିବାରୁ ବେଡର ଅଭାବ ଦେଖାଗଲାଣି। ଅମ୍ଳଜାନର ସଙ୍କଟ ମଧ୍ୟ ସୃଷ୍ଟି ହୋଇଛି । ଲକଡାଉନରେ ପ୍ରବାସୀମାନଙ୍କୁ ଦିଲ୍ଲୀ ନ ଛାଡ଼ିବାକୁ ସେ ନିବେଦନ କରିଛନ୍ତି। ସମସ୍ତେ ମିଳିମିଶି କରୋନା ସହ ଦିଲ୍ଲୀରେ ଲଢ଼େଇ କରିବା ବୋଲି ସେ ସମସ୍ତଙ୍କୁ ଆହ୍ୱାନ କାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ