Masthead

ନୁହରେ କର୍ଫ୍ୟୁ, ୨ ଦିନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ହରିୟାଣା (ବଡ଼ ଖବର ବ୍ୟୁରୋ): ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୋଦାଲ ଡିଏସ୍‌ପି ସାଜ୍ଜନ ସିଂଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ଜଣେ ଇନ୍ସପେକ୍ଟରଙ୍କ ପେଟରେ ଗୁଳି ବାଜିଛି। ଉତ୍ତ୍ୟକ୍ତ ଲୋକେ ୪ଟି ଗାଡ଼ି ଓ ଗୋଟିଏ ଦୋକାନ ଜାଳିଦେଇଛନ୍ତି।

ସେପଟେ ନୁହରୁ ଆରମ୍ଭ ହିଂସା ଗୁରୁଗ୍ରାମକୁ ବ୍ୟାପିଛି । ୪ ଗାଡ଼ି ପୋଡ଼ି ଦେଇଛନ୍ତି ବିକ୍ଷୋଭକାରୀ । ନୁହରେ କର୍ଫ୍ୟୁ ସହ ୨ ଦିନ ପାଇଁ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ହରିୟାଣାର ଏକାଧିକ ଜିଲ୍ଲାରେ ସ୍କୁଲ, କଲେଜ ମଧ୍ୟ ବନ୍ଦ ଘୋଷଣ କରାଯାଇଛି । ୧୫ ଅତିରିକ୍ତ ଅର୍ଦ୍ଧସାମରିକ ବାହିନୀ ରାଜ୍ୟ ସରକାର ମଗାଇଛନ୍ତି । ସେପଟେ ଶାନ୍ତି ଶାନ୍ତି ରକ୍ଷା ପାଇଁ କଂଗ୍ରେସ ନେତା ଭୂପିନ୍ଦର ସିଂ ହୁଡ଼ା ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ୍‌ ମଧ୍ୟ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ୍‌ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି