Masthead

ହଟିଛି କର୍ଫ୍ୟୁ, ଗ୍ରାଉଣ୍ଡ ଜିରୋରେ କେନ୍ଦ୍ରୀୟ ଟିମ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସହରକୁ ଫେରୁଛି ଶାନ୍ତି । ଜନଜୀବନ ଠାରୁ ଆରମ୍ଭ କରି ଦୋକାନ ବଜାର ସବୁଠି ସ୍ୱାଭାବିକ ସ୍ଥିତି । ପୂର୍ବ ଅବସ୍ଥାକୁ ଫେରିଛି ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର । ହଟିଛି କର୍ଫ୍ୟୁ, ୧୪୪ ଧାରା । ହେଲେ ଏହାରି ଭିତରେ ସମ୍ବଲପୁର ସାମ୍ପ୍ରଦାୟିକ ହିଂସା ଘଟଣାରେ ଆଜି ସ୍ଥିତି ଅନୁଧ୍ୟାନ କରିବେ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଟିମ୍ । ମୃତକଙ୍କ ପରିବାରଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଟିମରେ ଅଛନ୍ତି ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରଜଲାଲ, ଝାଡଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ, ଆଦିତ୍ୟ ସାହୁ ଓ ପଶ୍ଚିମବଙ୍ଗ ପୁରୁଲିଆ ସାଂସଦ ଜ୍ୟୋର୍ତିମୟ ସିଂ ମାହତୋ ।

ହିଂସାକାଣ୍ଡରେ ଆହତ ବ୍ୟକ୍ତି ଓ ମୃତ୍ୟୁବରଣ କରିଥିବା ଚନ୍ଦ୍ରକାନ୍ତ ମିର୍ଦ୍ଧାଙ୍କ ପରିବାର ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ସ୍ଥିତି ଅନୁଧ୍ୟାନ ପରେ ଟିମ୍ ସବିଶେଷ ତଥ୍ୟ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପ୍ରଦାନ କରିବେ । ୪ ଜଣିଆ ଟିମ୍ ମୁଖ୍ୟ ସାଂସଦ ବ୍ରଜଲାଲ ଓଡ଼ିଶା ପହଂଚିବା ପରେ ପୋଲିସ ବିଭାଗକୁ ଦାୟୀ କରିଛନ୍ତି । ସୁରକ୍ଷା ବ୍ୟବସ୍ଥା ଉଠାଇଛନ୍ତି ପ୍ରଶ୍ନ । ଗତକାଲି ବିଜେପି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଂଚିବା ପରେ ସମ୍ବଲପୁରରେ ରାତ୍ରୀଯାପନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି