Masthead

ମାତିଲେ ଲୁଟେରା, କାନ କାଟି ଲୁଟିନେଲେ ମୋବାଇଲ

ବାଲୁଗାଁ (ବଡ଼ ଖବର ବ୍ୟୁରୋ): ବାଲୁଗାଁ ବାଇପାସରେ ପୁଣିଥରେ ମାତିଛନ୍ତି ଲୁଟେରା । ଡ୍ରାଇଭରର କାନ କାଟି ଲୁଟିନେଲେ ମୋବଇଲ ଓ ଗାଡ଼ି ଚାବି। ସୂଚନା ମୁତାବକ ଗତକାଲି ରାତିରେ କଟକରୁ ଫ୍ଲିପକାର୍ଟ କୋରିଅର ଜିନିଷ ନେଇ ଡ୍ରାଇଭର ପ୍ରଦୀପ ସାହୁ ଗାଡ଼ିରେ ବ୍ରହ୍ମପୁର ଅଭିମୁଖେ ବାହାରିଥିଲେ। ଅପରାହ୍ନରେ ଫେରୁଥିବା ବେଳେ ବାଣପୁର ବାଇପାସ ମଠପାଟଣା ଛକଠାରେ ଦୁଇ ଜଣ ଯୁବକ ପ୍ରଦୀପଙ୍କୁ ଲିଫ୍ଟ ମାଗିଥିଲେ। ପ୍ରଦୀପ ଗାଡ଼ି ଅଟକାଇବାରୁ ହଠାତ ଆଉ ତିନି ଜଣ ଯୁବକ ଏକାଠି ହୋଇଥିଲେ ।

ସମୁଦାୟ ୫ ଜଣ ଯୁବକ ପ୍ରଦୀପଙ୍କୁ ଅତର୍କିତ ଆକ୍ରମଣ କରଥିଲେ। ଏପରିକି ଛୁରାରେ ତାଙ୍କ କାନ କାଟିଦେବା ସହ ଛାତିରେ ଆକ୍ରମଣ କରି ତାଙ୍କ ଗାଡ଼ି ଚାବି ଓ ମୋବଇଲ ନେଇ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ଖବର ପାଇ ବାଣପୁର ପୋଲିସ ଓ ନାଭାଲ ଫାଣ୍ଡି ପୋଲିସ ଘଟଣାସ୍ଥଳକୁ ପହଞ୍ଚି ଅଧିକ ତଦନ୍ତ ଚଳାଇଛି । ୨ ଜଣ ଯୁବକଙ୍କୁ ଅଟକ ରଖିଥିବା ବେଳେ ଆଉ ୩ ଜଣ ଫେରାର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ