Masthead

କାଲି କଟକ ବନ୍ଦ

କଟକ(ବଡ଼ ଖବର ବ୍ୟୁରୋ): ଆସନ୍ତା କାଲି କଟକ ବନ୍ଦ । ଏଥିପାଇଁ ବିଜେପିର ପ୍ରସ୍ତୁତି ବୈଠକ ବସିଛି । କଟକରେ ମୂର୍ତ୍ତି ଉଚ୍ଚତା ଓ ପରଦା ଆଢୁଆଳରେ ମାଙ୍କ ପୂଜାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିରୋଧ କରି ଆସନ୍ତା କାଲି କଟକ ବନ୍ଦ ଡାକରା ଦେଇଛି ବିଜେପି । ସକାଳ ୬ରୁ ସଂଧ୍ୟା ୬ ଯାଏ ବନ୍ଦ ପାଳନ କରାଯିବ । ଏହି ସମୟରେ ବନ୍ଦରୁ ବାଦ ରହିବ ଜରୁରି ସେବା । ବନ୍ଦ ଡାକରା ନେଇ ସମୀର ଦେଙ୍କ ସୂଚନା ଦେଇଛନ୍ତି ।

କଟକ ମୁରବିଙ୍କୁ ଅପମାନ ଦିଆଯାଇଛି ଏବଂ ଅପମାନିତ କରିଛନ୍ତି ସରକାର ବୋଲି ସମୀର ଦେ କହିଛନ୍ତି । ଏହାକୁ ସଫଳ କରିବା ପାଇଁ ଆଜି ଏକ ପ୍ରସ୍ତୁତ ବୈଠକ ଗୋପାଳଜୀଉ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବହୁ ବିଜେପିର ବରିଷ୍ଠ ନେତା ମାନେ ଯୋଗଦେଇଥିଲେ । ଆସନ୍ତା କାଲି କଟକ ବନ୍ଦ ଡାକରା ରେ ଅନେକ ପୂଜା କମିଟି, ସାମାଜିକ ସଂଗଠନ , ବ୍ୟବସାୟୀ ମାନେ ସାମିଲ୍ ହେଉଛନ୍ତି ବୋଲି ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ