Masthead

୨୩ ଯାଏ ଭୟଙ୍କର ବଜ୍ରପାତ ସହ ଅତି ପ୍ରବଳ ବର୍ଷା, ପବନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୨୩ ତାରିଖ ଯାଏ ଭୟଙ୍କର ବଜ୍ରପାତ ସହ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ ବୋଲି ଭାରତୀୟ ପାଣପାଗ ବିଜ୍ଞାନ କେନ୍ଦ୍ର (ଆଇଏମଡି) ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ବର୍ଷା, ବଜ୍ରପାତ ନେଇ ଆଇଏମଡି ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ପ୍ରବଳ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ଭୟଙ୍କର ବର୍ଷା ସମ୍ଭାବନା ରହିଛି।

୨୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେହିପରି ପାଣି ଜମିବା ଏବଂ ପାର୍ବତ୍ୟାଞ୍ଚଳରେ ଭୂସ୍ଖଳନ ନେଇ ମଧ୍ୟ ସତର୍କ କରାଯାଇଛି। ସହରାଞ୍ଚଳ ତଥା ତଳିଆ ଅଞ୍ଚଳରେ ଜଳ ନିଷ୍କାସନ ପାଇଁ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ