Masthead

୨୭ରେ ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

୨୫ରେ ଅବପାତର ରୂପ ନେବ ଲଘୁଚାପ । ୨୬ ବେଳକୁ ନେବ ଗଭୀର ଅଭପାତର ରୂପ । ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ । ଏବେ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ବଙ୍ଗୋପସାଗରରେ ବଳ ଗୋଟାଉଛି । ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ସୂଚନା ଦେଲେ ଭାରତୀୟ ପାଣିପାଗ ବିଭାଗ । ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ ।

ବଙ୍ଗୋପସାଗରରେ ସୃଷ୍ଟିହେଲା ଆଉ ଏକ ଲଘୁଚାପ । ରାଜ୍ୟରେ ଏବେ ଏକ ଲଘୁଚାପର ପ୍ରକୋପ କମିଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସକ୍ରିୟ ହୋଇଛି ।  ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଆଗକୁ ବଢ଼ିବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ସେପଟେ  ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି  ରଖିଛନ୍ତିା ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ। ଆଇଏମଡିର ଆକଳନ ପରେ ସରକାର ପ୍ରସ୍ତୁତ ଅଛନ୍ତି। ବାତ୍ୟା ହେଉ କି ନ ହେଉ ସରକାର ପ୍ରସ୍ତୁତ। ଲୋକେ ଆତଙ୍କିତ ହୁଅନ୍ତୁ ନାହିଁ। ସ୍ବାସ୍ଥ୍ୟ ବିଭାଗ ସଜାଗ ରହିଛି। ବାତ୍ୟା ଆଶ୍ରୟସ୍ଥଳ ବି ପ୍ରସ୍ତୁତ ଅଛି। ଆବଶ୍ୟକ ସ୍ଥଳେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ କୁ ସ୍ଥାନାନ୍ତରଣ ପାଇଁ ବି ପ୍ରସ୍ତୁତ ସରକାର। ଶୁଖିଲା ଖାଦ୍ୟ ମହଜୁଦ ଅଛି। ଶକ୍ତି ବିଭାଗକୁ ବି ଆଲର୍ଟ କରାଯାଇଛି।  ସେଭଳି ସ୍ଥିତି ଉପୁଜେ କିପରି ପୁନଃ ସ୍ଥାପନ କରାଯାଇ ପାରିବ। ଲଘୁଚାପ ଜନିତ ବର୍ଷା ସହିତ ସମ୍ଭାବ୍ୟ ବାତ୍ୟା ସ୍ଥିତି ମୁକାବିଲା ନେଇ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ