Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ୨୨ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବର ସମ୍ଭାବନା ରହିଛି। ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ ।ସେପଟେ ୨୭ ବେଳକୁ ବାତ୍ୟା ହେବ ବୋଲି ଆଶଙ୍କା କରାଯାଉଛି । ବାତ୍ୟା ହେଲେ ଉତ୍ତର ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ମାଡ଼ ହେବାର ସମ୍ଭାବନା ରହିଛି ।

ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଏହି ଘୂର୍ଣ୍ଣିବଳୟ ପାଇଁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ ଓ ୨୪ ତାରିଖ ବେଳକୁ ଦକ୍ଷିଣ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏବେ ଧାନ ପାଚୁଥିବାରୁ ବର୍ଷା ହେଲେ ଫସଲ ନଷ୍ଟ ହେବା ନେଇ ଚିନ୍ତାରେ ଚାଷୀ ।

ସେପଟେ ଏବେ ସାରା ରାଜ୍ୟରେ ତାପମାତ୍ରା ସାଧାରଣ ରହିଥିବାବେଳେ କେନ୍ଦ୍ରୀୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଫୁଲବାଣୀ ଏବଂ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ୪ଟି ସ୍ଥାନରେ ତାପମାତ୍ରା ୧୨ଡିଗ୍ରୀ କିମ୍ବା ଏହାଠାରୁ କମ୍‌ ରହିଥିବାବେଳେ ୧୨ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଥିବା ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼