Masthead

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବଢିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ରବିବାର ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ରବିବାରଠାରୁ ବର୍ଷା ପ୍ରକୋପ ବଢ଼ିପାରେ ।

ମାତ୍ର ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବଡ଼ ବର୍ଷା ବା ଲଗାଣ ବର୍ଷା ସମ୍ଭାବନା କମ୍‌ । ରବିବାର ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ, ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଅଞ୍ଚଳର ଅଳ୍ପ କେତେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ । ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ । ୧୩ ଓ ୧୪ ରେ ବି ବର୍ଷା ହେବ । ମାତ୍ର ଏହି ଲଘୁଚାପ ମୁଖ୍ୟତଃ ଓଡ଼ିଶାରେ ଅଧିକ ବର୍ଷା କରାଇବ । ରାଜ୍ୟର ବାକି ଅଞ୍ଚଳରେ ବିଶେଷ ବର୍ଷା ହେବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି