ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବଢିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ରବିବାର ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ରବିବାରଠାରୁ ବର୍ଷା ପ୍ରକୋପ ବଢ଼ିପାରେ ।

ମାତ୍ର ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବଡ଼ ବର୍ଷା ବା ଲଗାଣ ବର୍ଷା ସମ୍ଭାବନା କମ୍‌ । ରବିବାର ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ, ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଅଞ୍ଚଳର ଅଳ୍ପ କେତେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ । ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ । ୧୩ ଓ ୧୪ ରେ ବି ବର୍ଷା ହେବ । ମାତ୍ର ଏହି ଲଘୁଚାପ ମୁଖ୍ୟତଃ ଓଡ଼ିଶାରେ ଅଧିକ ବର୍ଷା କରାଇବ । ରାଜ୍ୟର ବାକି ଅଞ୍ଚଳରେ ବିଶେଷ ବର୍ଷା ହେବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ