Masthead

ଅବପାତର ରୂପ ନେଉଛି ବାତ୍ୟା ୟଶ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାତ୍ୟା ୟଶ୍ ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଅବପାତର ରୂପ ନେଉଛି । ଆଜି ଘନିଭୂତ ହୋଇ ୱେଲ୍ ମାର୍କ ଲୋପ୍ରେସରରେ ପରିଣତ ହୋଇଛି ଲଘୁଚାପ । ଆଗାମୀ ୧୨ ଘଣ୍ଟା ପରେ ଏହା ଅବପାତର ରୂପ ନେବ । ୨୪ ତାରିଖରେ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାତ୍ୟା ୟଶ୍ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଘଣ୍ଟାପ୍ରତି ୫୦ ରୁ ୭୦ କିଲୋମିଟର ବେଗରେ ପବନ ବହିବ ।

୨୫ ତାରିଖରୁ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଏବଂ ପୁରୀରେ ପ୍ରବଳ ବର୍ଷା ହେବ । ୨୬ ତାରିଖ ବେଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୬ ତାରିଖ ସକାଳେ ଉତ୍ତର ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ପାଖରେ ଥିବ । ସେହିଦିନ ସନ୍ଧ୍ୟାରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଗତକାଲି ଯାଏଁ ବାଂଲାଦେଶ ଉପକୂଳ ମୁହାଁଇବା ନେଇ କୌଣସି ଆକଳନ କରିନଥିଲା ଆଇଏମଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି