Masthead

ଅବପାତର ରୂପ ନେଉଛି ବାତ୍ୟା ୟଶ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବାତ୍ୟା ୟଶ୍ ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଅବପାତର ରୂପ ନେଉଛି । ଆଜି ଘନିଭୂତ ହୋଇ ୱେଲ୍ ମାର୍କ ଲୋପ୍ରେସରରେ ପରିଣତ ହୋଇଛି ଲଘୁଚାପ । ଆଗାମୀ ୧୨ ଘଣ୍ଟା ପରେ ଏହା ଅବପାତର ରୂପ ନେବ । ୨୪ ତାରିଖରେ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାତ୍ୟା ୟଶ୍ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଘଣ୍ଟାପ୍ରତି ୫୦ ରୁ ୭୦ କିଲୋମିଟର ବେଗରେ ପବନ ବହିବ ।

୨୫ ତାରିଖରୁ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଏବଂ ପୁରୀରେ ପ୍ରବଳ ବର୍ଷା ହେବ । ୨୬ ତାରିଖ ବେଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୬ ତାରିଖ ସକାଳେ ଉତ୍ତର ବଙ୍ଗୋପସାଗରର ଉତ୍ତର ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ପାଖରେ ଥିବ । ସେହିଦିନ ସନ୍ଧ୍ୟାରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଗତକାଲି ଯାଏଁ ବାଂଲାଦେଶ ଉପକୂଳ ମୁହାଁଇବା ନେଇ କୌଣସି ଆକଳନ କରିନଥିଲା ଆଇଏମଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ