Masthead

ଆସୁଛି ‘ଜାୱାଦ’!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ ସୃଷ୍ଟି ହେବାରେ ଲାଗିଛି । ସେପ୍ଟେମ୍ବରରେ ୩ଟି ଲଘୁଚାପ ଓ ଗୋଟିଏ ବାତ୍ୟା ପରେ ଏବେ ଅକ୍ଟୋବାରରେ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧିଲାଣି । ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଉତ୍ତର-ଆଣ୍ଡାମାନ ସାଗରରେ ଆସନ୍ତା ୮-୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଏହା ଏକ ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୪ରୁ୫ ଦିନରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।

ଏହା ଏକ ବାତ୍ୟା ରୂପ ନେଇ ଦକ୍ଷିଣ-ଓଡ଼ିଶା ଓ ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛନ୍ତି । ଏହି ଲଘୁଚାପଟି ବାତ୍ୟା ରୂପ ନେଇପାରେ । ଏହାର ନାଁ ରଖାଯିବି ‘ଜାୱାଦ’ । ସାଉଦି ଆରବ ପକ୍ଷରୁ ଏହି ନାମକରଣ କରାଯାଇଛି । ଏହି ବାତ୍ୟା ଓଡ଼ିଶା ଆଡକୁ ଆସିବାର ସମ୍ଭାବନା ରହିଥିବାରୁ ଚଳିତ ବର୍ଷ ଦଶହରା ଫିକା ପଡିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ